Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଶପଥ ନେବେ ରାଜ୍ୟର ତିନି ନୂଆ ମନ୍ତ୍ରୀ 

ଭୁବନେଶ୍ବର: ଆଜି ୩ ଜଣ ନୂଆ ମନ୍ତ୍ରୀ ଶପଥ ଗ୍ରହଣ କରିବେ। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଆଜି ସକାଳ ୯ଟା ୫୦ରେ ଶପଥ ନେବେ ୩ ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାରାଣ୍ଡି କ୍ୟାବିନେଟ୍ ମନ୍ତ୍ରୀ ହେବା ନେଇ ସ୍ପଷ୍ଟ ହୋଇଛି । ହେଲେ କାହାକୁ କେଉଁ ବିଭାଗର ଦାୟିତ୍ବ ମିଳିବ ସେ ନେଇ ସ୍ପଷ୍ଟ ହୋଇନି। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଶପଥପାଠ ଅନୁଷ୍ଠିତ ହେବ। ଶପଥ ପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ତେବେ ଏ ନେଇ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଶପଥ ଗ୍ରହଣ ସୂଚୀ ଜାରି କରାଯାଇଛି ।

ନିକଟରେ ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ । ଏହା ପରେ ପରେ ଦୁଇ ମନ୍ତ୍ରୀ ସମୀର ରଂଜନ ଦାଶ ଓ ଶ୍ରୀକାନ୍ତ ସାହୁ ମଧ୍ୟ ମଦନ୍ତ୍ରୀପଦରୁ ଇସ୍ତଫା ଦେଇଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ କାହାକୁ ମନ୍ତ୍ରୀ ପଦରେ ସାମିଲ କରିବେ ଏବଂ କିଏ ହେବ ନୂଆ ବାଚସ୍ପତି ସେ ନେଇ ଚର୍ଚ୍ଚା ଲାଗି ରହିଛି। ତେବେ ଆଜି ଏହାର ଅନ୍ତ ହେବାକୁ ଯାଉଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ