Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଶପଥ ନେଲେ ରାଜ୍ୟର ତିନି ନୂଆ ମନ୍ତ୍ରୀ

ଭୁବନେଶ୍ବର: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶପଥ ନେଲେ ରାଜ୍ୟର ତିନି ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ଶାରଦା ନାୟକ, ସୁଦାମ ମାରାଣ୍ଡିଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। କିଏ କେଉଁ ବିଭାଗର ଦାୟିତ୍ବ ନେବ ସେ ନେଇ ସ୍ପଷ୍ଟ ହୋଇନି।

ନିକଟରେ ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ । ଏହା ପରେ ପରେ ଦୁଇ ମନ୍ତ୍ରୀ ସମୀର ରଂଜନ ଦାଶ ଓ ଶ୍ରୀକାନ୍ତ ସାହୁ ମଧ୍ୟ ମଦନ୍ତ୍ରୀପଦରୁ ଇସ୍ତଫା ଦେଇଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ କାହାକୁ ମନ୍ତ୍ରୀ ପଦରେ ସାମିଲ କରିବେ ଏବଂ କିଏ ହେବ ନୂଆ ବାଚସ୍ପତି ସେ ନେଇ ଚର୍ଚ୍ଚା ଲାଗି ରହିଥିଲା। ତେବେ ଆଜି ଏହାର ଅନ୍ତ ହେବାକୁ ହୋଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ