ରାଜ୍ୟରେ ଆଉ ୪ଟି ତହସିଲ ଗଠନ ହେବ
ଭୁବନେଶ୍ବର: ରାଜ୍ୟରେ ଆଉ ୪ଟି ତହସିଲ ଗଠନ କରିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ବର ତହସିଲକୁ ଭାଙ୍ଗି ଦୁଇଟି ଅତିରିକ୍ତ ତହସିଲ ଗଠନ କରାଯିବ। ସେହିପରି କଟକ ଓ ସମ୍ବଲପୁର ତହସିଲକୁ ଭାଙ୍ଗି ଗୋଟିଏ ଲେଖାଏଁ ଅତିରିକ୍ତ ତହସିଲ ଗଠନ କରାଯିବ। ଏନେଇ ମଙ୍ଗଳବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଓ ସମ୍ବଲପୁର ଜିଲାପାଳଙ୍କୁ ପତ୍ର ଲେଖି ଜଣାଇଛନ୍ତି।
ଏହାକୁ ଦୃଷ୍ଟିରେ ରଖି ଅତିରିକ୍ତ ତହସିଲ ଗଠନ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରର ବର୍ତ୍ତମାନ ବିଦ୍ୟମାନ ତହସିଲଗୁଡ଼ିକରେ ବଢ଼ୁଥିବା ସମସ୍ୟାର ସମାଧାନ ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସମ୍ପୃକ୍ତ ଜିଲ୍ଲା କର୍ତ୍ତୃପକ୍ଷଙ୍କୁ ବିସ୍ତୃତ ପ୍ରସ୍ତାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

