Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ଉତ୍ତର ପ୍ରଦେଶ ରାଜ୍ୟର ଦମ୍ପତି

ପାରଳାଖେମୁଣ୍ଡି:୨୦/୧୧(ଗରୁଡ ଧ୍ୱଜ ଚୌଧୁରୀ) ଆଜି ଗଜପତି ଜିଲ୍ଲାରୁ ୭୫ ଓ ୭୬ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀମତି ମଧୁମିତା (ଭା.ପ୍ର.ସେ) ପୋଷ୍ୟ ସନ୍ତାନ ଭାବେ ଉତ୍ତର ପ୍ରଦେଶ ରାଜ୍ୟର ଏକ ଦୁଇ ବୁମ୍ପତି ଙ୍କୁ ହସ୍ତାନ୍ତର କରିଛନ୍ତି। ପିତୃମାତୃହୀନ ଏହି ଶିଶୁଦ୍ଵୟଙ୍କୁ ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ଶାଲୋମ, ରାଣୀପେଟାଠାରେ ରଖାଯାଇଥିଲା। ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି, ଗଜପତି ଶିଶୁଦ୍ୱୟଙ୍କୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁଦ୍ଵୟଙ୍କର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରାଯାଇଥିଲା, ଯାହାଦ୍ୱାରା ଶିଶୁଦ୍ୱୟ ପୋଷ୍ୟ ସନ୍ତାନ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା। ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ୨ବର୍ଷରୁ ଉର୍ଦ୍ଧ ସମୟ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଉକ୍ତ ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ସ୍ତରରେ ଶିଶୁଦ୍ୱୟଙ୍କୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ । ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଦ୍ୱୟଙ୍କୁ ଉକ୍ତ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ। ଶିଶୁଦ୍ଵୟଙ୍କର ବୟସ ୩ ଓ ୪ ବର୍ଷ, ଶିଶୁପୁତ୍ର ହୋଇଥିବାବେଳେ, ଶିଶୁଦ୍ୱୟଙ୍କୁ ପାଇ ଉକ୍ତ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ଶ୍ରୀଯୁକ୍ତ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories