Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ମାମଲା: ୪ ଜଣ ଆଶାୟୀ ପରୀକ୍ଷାର୍ଥୀଙ୍କୁ ସିବିଆଇର ମାରାଥନ୍‌ ଜେରା

ଭୁବନେଶ୍ୱର,୨୨|୧୧: ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ମାମଲା। ୪ ଜଣ ଆଶାୟୀ ପରୀକ୍ଷାର୍ଥୀଙ୍କୁ ସିବିଆଇର ମାରାଥନ୍‌ ଜେରା। ଶୁକ୍ରବାର ଅପରାହ୍ଣ ପ୍ରାୟ ୩ଟାରୁ ରାତି ୧୧ଟା ଯାଏ ୮ଘଣ୍ଟା ଧରି ସିବିଆଇ ଅଧିକାରୀମାନେ ଏମାନଙ୍କୁ ମୁହାଁମୁହିଁ ଜେରା କରିଛନ୍ତି। ଜେରା ପରେ ରାକେଟ୍‌ ସମ୍ପର୍କରେ ସିବିଆଇକୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି ।

ପୂର୍ବରୁ ସିବିଆଇ ପକ୍ଷରୁ ୧୦ ଜଣଙ୍କୁ ସମନ କରାଯାଇଥିବା ବେଳେ ଶୁକ୍ରବାର ୪ ଜଣ ହାଜର ହୋଇଥିଲେ । ଆଜି ଅନ୍ୟମାନେ ସିବିଆଇରେ ହାଜର ହେବାର ସମ୍ଭାବନା ରହିଛି । ପୁଲିସ ଏସ୍‌ଆଇ ପରୀକ୍ଷା ପରିଚାଳନା ଲାଗି କୋଲକାତାର ଆଇଟିଆଇ ସଂସ୍ଥାକୁ ଟେଣ୍ଡର ମିଳିଥିଲା । ପରେ ଏହି ସଂସ୍ଥା ହାଇଦ୍ରାବାଦର ସିଲିକନ୍‌ ଟେକ୍‌ଲାବ୍ ପ୍ରାଇଭେଟ୍ ଲିମିଟେଡ୍‌ ସଂସ୍ଥାକୁ ଦାୟିତ୍ବ ଦେଇଥିଲା |

ସେଣ୍ଟର ତଦାରଖଠାରୁ ଆରମ୍ଭ କରି ପରୀକ୍ଷା ପରିଚାଳନା ପର୍ଯ୍ୟନ୍ତ ସମସ୍ତ ଦାୟିତ୍ବ ବ୍ରହ୍ମପୁର ପଞ୍ଚସଫ୍ଟକୁ ମିଳିଥିଲା। ତେବେ ପଞ୍ଚସଫ୍ଟକୁ ଦାୟିତ୍ବ ମିଳିବା ପରେ ସଂସ୍ଥାର ନିର୍ଦ୍ଦେଶକ ଶଙ୍କର ପୃଷ୍ଟି କେଳେଙ୍କାରୀ ଯୋଜନା ଆରମ୍ଭ କରିଥିଲେ । ଏହି ଅପରାଧ ସିଣ୍ଡିକେଟ୍‌ରେ ଦକ୍ଷିଣ ଓଡ଼ିଶାକୁ ମୁନା ମହାନ୍ତି ଓ ଉତ୍ତର ଓଡ଼ିଶାକୁ ଅରବିନ୍ଦ ଦାସ ସମ୍ଭାଳୁଥିଲା । ଏମାନଙ୍କ ଅଧୀନରେ ୧୦ ଜଣ ଲେଖାଏଁ ଏଜେଣ୍ଟ ଥିଲେ। ସେମାନେ ଆଶାୟୀ ପ୍ରାର୍ଥୀଙ୍କୁ ଯୋଗାଡ଼ କରୁଥିଲେ। ଆଶାୟୀଙ୍କଠାରୁ ମୁନା ଆଗୁଆ ମୂଳ ପ୍ରମାଣପତ୍ର ହାତେଇବା ସହ ଶଙ୍କର ସହ ଯୋଗାଯୋଗ କରି ଏହାକୁ ସେ ହାଇଦ୍ରାବାଦ ସଂସ୍ଥା ପାଖକୁ ପଠାଉଥିଲା । ମୁନା ୧୧୪ ଜଣ ଆଶାୟୀଙ୍କଠାରୁ କୋଟି କୋଟି ଟଙ୍କା ଆଦାୟ ପରେ ସେମାନଙ୍କୁ ହାଇଦ୍ରାବାଦର ଏକ ସଂସ୍ଥାରେ ପ୍ରଶ୍ନପତ୍ର ସମ୍ପର୍କରେ ତାଲିମ ଦେଇଥାନ୍ତା । ଯୋଜନା ମୁତାବକ ଆଶାୟୀମାନେ ପ୍ରଥମେ ଭୁବନେଶ୍ବରର ବିଭିନ୍ନ ହୋଟେଲରେ ରହିଥିଲେ। ଅକ୍ଟୋବର ୨୯ ତାରିଖରେ ଖଣ୍ଡଗିରିରୁ ୧୧୪ ଆଶାୟୀଙ୍କୁ ବସ୍‌ରେ ବିଜୟନଗରମ୍‌କୁ ନିଆଯାଇଥିଲା। ୩୦ ତାରିଖରେ ବ୍ରହ୍ମପୁର ପୁଲିସ ଏହି ବସ୍‌ଗୁଡ଼ିକୁ ଜବତ କରିବା ସହ ୧୧୪ ଆଶାୟୀ ଓ ୩ ଦଲାଲଙ୍କୁ ଗିରଫ କରିବା ପରେ ଘଟଣା ପଦାକୁ ଆସିଥିଲା ।

ଅକ୍ଟୋବର ୩୦ ତାରିଖରେ ବ୍ରହ୍ମପୁର ପୁଲିସ ଏହି କେଳେଙ୍କାରୀ ମାମଲାରେ ୧୧୪ ଜଣ ଅଭିଯୁକ୍ତଙ୍କ ସମେତ ତିନିଜଣ ମୁଖ୍ୟ ଦଲାଲଙ୍କୁ ଗିରଫ କରିଥିଲା | କେଳେଙ୍କାରୀର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଓ ସୁରେଶର ନାୟକଙ୍କ ପଲିଗ୍ରାଫ ଟେଷ୍ଟ ମଧ୍ୟ କରାଯାଇଥିଲା |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ