Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ, ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୨|୧୧: ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ଏହା ୨୪ରେ ଅବପାତରେ ପରିଣତ ହେବ | ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷେ, ବାତ୍ୟା ମୋନ୍ଥା ଯିବା ପରେ ଏବେ ଓଡିଶାକୁ ପୁଣି ଥରେ ଆଉ ଏକ ବାତ୍ୟା ଭୟର ଆଶଙ୍କା ରହିଛି | ସ୍କାଏମେଟର ଆକଳନ ଅନୁସାରେ, ଏହି ସାଇକ୍ଲୋନ ତାମିଲନାଡୁ ହୋଇ ଆନ୍ଧ୍ର-ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବ | ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେଲେ ଏହାର ନାଁ ‘ସେନ୍ୟାର’ ରହିବ ବୋଲି କୁହାଯାଇଛି। ବାତ୍ୟା ଓ ବର୍ଷା ହେବା ନେଇ ବିଭିନ୍ନ ପାଣିପାଗ ମଡେଲ ସୂଚନା ଦେବା ପରେ ଚିନ୍ତାରେ ପଡିଯାଇଛନ୍ତି ଚାଷୀ | ଧାନ ଅମଳ ସମୟ ହେଇଥିବା ବେଳେ ବାତ୍ୟା ଆସିଲେ ଫସଲ ନଷ୍ଟ ହେବାର ସମ୍ଭାବନା ଅଧିକ ରହୁଛି | ଫଳରେ ଅନେକ କ୍ଷତିଗ୍ରସ୍ତ ହୋଇପାରେ |

ତେବେ ଭାରତୀୟ ପାଣିପାଗ ବିଭାଗ କିମ୍ବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବାତ୍ୟା ସଂକ୍ରାନ୍ତରେ କୌଣସି ସ୍ପଷ୍ଟ ସୂଚନା ନାହିଁ କିନ୍ତୁ ବର୍ଷା ହେବାର ଅନୁମାନ କରାଯାଇଛି |

ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି ଯେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟଟି ଷ୍ଟ୍ରେଟ୍‌ ଅଫ୍‌ ମଲକ୍କାରେ ସମୁଦ୍ରପତ୍ତନଠାରୁ ୫.୮ କିମି ବିସ୍ତୀର୍ଣ୍ଣ ଅଞ୍ଚଳରେ ରହିଛି। ପ୍ରଭାବରେ ଶନିବାର ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ। ୨୪ ତାରିଖ ସୋମବାର ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତର ରୂପ ନେଇପାରେ। ପରବର୍ତ୍ତୀ ୪୮ଘଣ୍ଟାରେ ଅର୍ଥାତ୍‌ ୨୬ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି।

ଭାରତୀୟ ପାଣିପାଗ ବିଭାଗ ଅନୁସାରେ, ଏହା ଓଡ଼ିଶା ଉପକୂଳ ଠାରୁ ବହୁ ଦୂରରେ ରହିଛି ତେଣୁ ରାଜ୍ୟରେ ଆଗାମୀ ୫ରୁ ୭ଦିନ ଯାଏ ବିଶେଷ ବର୍ଷାର ସମ୍ଭାବନା ନାହିଁ | ଲଘୁଚାପ ସୃଷ୍ଟି ହେବା ପରେ ହିଁ ବର୍ଷା ଓ ବାତ୍ୟାର ରୂପରେଖ ସ୍ପଷ୍ଟ ହେବ ବୋଲି ଡ. ମହାନ୍ତି କହିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ