Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବାଗବର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲବୈଜ୍ଞାନିକ ପ୍ରଦର୍ଶନୀ ଆୟୋଜିତ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା
ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାଗବର ଠାରେ ଆଜି ବିଦ୍ୟାଳୟ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ତଥା ବିଜ୍ଞାନ ମେଳା ଆୟୋଜିତ ହୋଇଯାଇଛି । ଏହି ମେଳାରେ ଛାତ୍ର ଛାତ୍ରୀ ମାନେ ବିଭିନ୍ନ ବିଷୟ ଭିତ୍ତିରେ ପନ୍ଦର ଟି ପ୍ରକଳ୍ପ ପ୍ରଦର୍ଶନ କରିଥିଲେ । ଏହି ଅବସରରେ ଆୟୋଜିତ ସାଧାରଣ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲକ୍ଷ୍ମୀନାରାୟଣ ସାହୁ ଅଧ୍ୟକ୍ଷତା କରିଥିଲେ। ବୀରମହାରାଜପୁର ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ଦାଶ ମୁଖ୍ୟ ଅତିଥି ତଥା ବିଜ୍ଞାନ ନୀରିକ୍ଷକ ଭାବରେ ଯୋଗଦାନ କରି ଛାତ୍ର ଛାତ୍ରୀଙ୍କ ଦ୍ଵାରା ପ୍ରଦର୍ଶିତ ପ୍ରକଳ୍ପ ସବୁର ଉଚ୍ଚ ପ୍ରଶଂସା କରିଥିଲେ ଓ ବ୍ଲକ ସ୍ତରରେ ସଫଳତା ଅର୍ଜନ କରିବା ସକାଶେ ଶୁଭେଚ୍ଛା ଜଣାଇଥିଲେ । ଅନ୍ୟତମ ନୀରିକ୍ଷକ ଭାବରେ ଜଟେସିଂହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ କେଶବ ନାୟକ ଯୋଗଦେଇ ପ୍ରକଳ୍ପ ସବୁର ମୂଲ୍ୟାୟନ କରିଥିଲେ। ସମସ୍ତ କାର୍ଯ୍ୟରେ ଶିକ୍ଷକ ସୁରେନ୍ଦ୍ର କୁମାର ଓତା ଶିକ୍ଷୟିତ୍ରୀ ଗୌରୀ କୁମୁରା, ମୌସୁମୀ ଭୋଇ ସହଯୋଗ କରିଥିଲେ । ଶିକ୍ଷକ ପ୍ରଭୁଦତ୍ତ ବେଦୋକ୍ତା ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ମିନାକ୍ଷୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରକାଶ ଥାଉକି ଆସନ୍ତା ପଚିଶ ତାରିଖରେ ବୀରମହାରାଜପୁର ବ୍ଲକ୍ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ସାଗ୍‌ଜୁରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହେବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ