Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୧୦୬ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଖୋଲାଯିବ ଏକାଦଶ ଶ୍ରେଣୀ

ଭୁବନେଶ୍ୱର: ରାଜ୍ୟରେ ଖୋଲିବ ଆଉ ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ। ଏହାସହିତ ୨୦୨୩-୨୪ ଶିକ୍ଷା ବର୍ଷରେ ରାଜ୍ୟରେ ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖୋଲାଯିବ ଏକାଦଶ ଶ୍ରେଣୀ । ଏକାଦଶ ଶ୍ରେଣୀ ପାଇଁ ଆରମ୍ଭ ହେବ ପାଠପଢା। ଏଥିରୁ ୧୦୦ଟି ସ୍କୁଲରେ କଳା ସମ୍ବନ୍ଧୀୟ ଶିକ୍ଷା ପ୍ରଦାନ କରାଯିବ। ଆଉ ୬ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ବିଜ୍ଞାନ ବିଷୟରେ ଶିକ୍ଷା ପ୍ରଦାନ କରାଯିବା ନେଇ ‌ସୂଚନା ମିଳିଛି ।

ଏହି ବିଦ୍ୟାଳୟଗୁଡ଼ିକରେ ଦୁଇଟି ସେକ୍ସନରେ ପାଠପଢା ହେବ। ଗୋଟିଏ ସେକ୍ସନରେ ୬୪ ଲେଖାଏଁ ଛାତ୍ରଛାତ୍ରୀ ନାମ ଲେଖାଇବେ। ଏହାକୁ ମିଶାଇ ମୋଟ୍ ୧୨୮ ଛାତ୍ରଛାତ୍ରୀ ନାମ ଲେଖାଇବା ନେଇ ସୂଚନା ମିଳିଛି। ଏହା ଦ୍ବାରା ୧୦୬ଟି ସରକାରୀ ସ୍କୁଲରେ ମୋଟ ୧୩ ହଜାର ୪୬୮ ସିଟ୍ ପାଇଁ ନାମ ଲେଖାଇବେ ଛାତ୍ରଛାତ୍ରୀ। ଏଥିପାଇଁ ପ୍ରଧାନଶିକ୍ଷକଙ୍କୁ ସ୍ବତନ୍ତ୍ର ତାଲିମ ଦିଆଯାଉଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ