ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା
ଭୁବନେଶ୍ୱର,୫|୧୨: ଫେବୃଆରୀ ୧୯ରୁ ଆରମ୍ଭ ହେବ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା । ମାର୍ଚ୍ଚ ୨ ଯାଏଁ ଚାଲିବ ପରୀକ୍ଷା । ସକାଳ ୯ଟାରୁ ସାଢେ ୧୧ଟା ପର୍ଯ୍ୟନ୍ତ ଚାଲିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଗଣିତ ପରୀକ୍ଷା ଦିନ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ମିନିଟ ଅଧିକ ସମୟ ଦିଆଯିବ ବୋଲି କୁହାଯାଇଛି ।
କେଉଁ ଦିନ କେଉଁ ପରୀକ୍ଷା ରହିଛି ତାହାର ସ୍ୱତନ୍ତ୍ର କାର୍ଯ୍ୟ ସୂଚୀ ବୋର୍ଡ ପକ୍ଷରୁ ଦିଆଯାଇଛି । ଫେବୃଆରୀ ୧୯ ପ୍ରଥମ ଦିନରେ ଓଡ଼ିଆ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏହାପରେ ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ ଏବଂ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା ରହିଥିବା ବେଳେ ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ।

