Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆହୁରି ୫ ଦିନ ଅସମ୍ଭାଳ ତାତି

ଭୁବନେଶ୍ବର: ଅସହ୍ୟ ତାତିରେ ଛଟପଟ ହେଉଛି ସାରା ରାଜ୍ୟ।  ଆହୁରି ୫ ଦିନ ଏହି ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରର ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିପାରେ ବୋଲି ଆକଳନ କରାଯାଇଛି। ଗତକାଲି ବଲାଙ୍ଗିରରେ ୪୩.୩ ଡିଗ୍ରୀ ସହିତ ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଥିଲା । ପଶ୍ଚିମ ଓଡ଼ିଶାରେ ଗରମର ପ୍ରଭାବ ଅଧିକ ମାତ୍ରାରେ ରହୁଥିବା ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।

ସେହିପରି ସମ୍ବଲପୁରରେ ଥିଲା ୪୨.୯ ଡିଗ୍ରୀ। ଝାରସୁଗୁଡ଼ାରେ ୪୨.୮, ଭୁବନେଶ୍ୱର ଓ ସୋନପୁରରେ ୪୨.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ଅନ୍ୟପଟେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ନୂଆପଡା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଂଜ ଓ ବାଲେଶ୍ୱରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି କହିଛି ପାଣିପାଗ କେନ୍ଦ୍ର ।