Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜମ୍ମୁ କାଶ୍ମୀରରେ ଭୟଙ୍କର ସଡକ ଦୁର୍ଘଟଣା; ୭ ମୃତ

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ଭୟଙ୍କର ଦୁର୍ଘଟଣା। ଜମ୍ମୁକାଶ୍ମୀର କିଶତୱାଡ ଜିଲ୍ଲାରେ ଘଟିଛି ଏହି ଭୟଙ୍କର ସଡକ ଦୁର୍ଘଟଣା। ଏହି ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଚାନ୍ଦୁର ଶକ୍ତି ପ୍ରକଳ୍ପର କର୍ମଚାରୀଙ୍କୁ ନେଇ ଯାଉଥିବା ଏକ କ୍ରୁଜ୍ କାର ଦୁର୍ଘଟଣାର ଶିକାର ହୋଇଛି। ଏହି ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଥିବା ସୂଚନା ରହିଛି।

କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି ଯେ ଘଟିଥିବା ଦୁର୍ଭାଗ୍ୟଜନକ ସଡକ ଦୁର୍ଘଟଣା ସମ୍ପର୍କରେ କିଶତୱାଡ  ଡକ୍ଟରଙ୍କ ସହ କଥା ହୋଇଛନ୍ତି। ଏହି ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆବଶ୍ୟକତା ଅନୁଯାୟୀ ଆହତମାନଙ୍କୁ ଜିଲ୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଆବଶ୍ୟକତା ଅନୁଯାୟୀ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯିବ ବୋଲି କହିଛନ୍ତି ମନ୍ତ୍ରୀ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ