Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସରକାରୀ ହୋମିଓପ୍ୟାଥିକ୍ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡରେ ବୃଦ୍ଧି; ୨୦୨୬ ଜାନୁଆରୀ ପହିଲାରୁ ଲାଗୁହେବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର,୧୫|୧୨: ଆୟୁର୍ବେଦିକ୍ ଓ ହୋମିଓପ୍ୟାଥିକ୍ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା | ସରକାରୀ ଆୟୁର୍ବେଦିକ୍ ଓ ହୋମିଓପ୍ୟାଥିକ୍ ରେ ପିଜି କରୁଥିବା ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆୟୁର୍ବେଦ ଓ ହୋମିଓପାଥିକ୍ ଚିକିତ୍ସା କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି ।

ଏହି ନୂତନ ଷ୍ଟାଇପେଣ୍ଡ ୨୦୨୬ ଜାନୁଆରୀ ପହିଲାରୁ ଲାଗୁହେବାକୁ ଥିବାବେଳେ ଏହା ଦ୍ୱାରା ଆୟୁର୍ବେଦ ଓ ହୋମିଓପାଥିକ୍ ରେ ପିଜି କରୁଥିବା ୧୨୦ ଜଣ ଛାତ୍ରଛାତ୍ରୀ ଲାଭବାନ ହେବେ। ବିଭିନ୍ନ ବର୍ଷ ପାଇଁ ଷ୍ଟାଇପେଣ୍ଡ ଅଲଗା ଅଲଗା ରହିଛି | ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୩୧ ହଜାରରୁ ୪୮ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ୫୨ ହଜାର ରହିଛି ଯାହା ପୂର୍ବରୁ ୩୨ ହଜାର ରହିଥିଲା ଏବଂ ସେହିପରି ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ୩୩ ହଜାରରୁ ୫୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର।

ଏହି ନିଷ୍ପତ୍ତି ଅନୁସାରେ, ପିଜିର ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ଷ୍ଟାଇପେଣ୍ଡରେ ୫୫ ପ୍ରତିଶତ ବୃଦ୍ଧି କରାଯାଇଥିବା ବେଳେ ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ପାଇଁ ଏହା ୬୨ ପ୍ରତିଶତ ବୃଦ୍ଧି ହୋଇଛି । ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଏହି ବୃଦ୍ଧି ୬୭ ପ୍ରତିଶତ ବୋଲି ସୂଚନା ରହିଛି |

ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ହାଉସ୍ ସର୍ଜନମାନଙ୍କ ଷ୍ଟାଇପେଣ୍ଡରେ ମଧ୍ୟ ବୃଦ୍ଧି କରାଯାଇଛି | ପୂର୍ବରୁ ୧୭ ହଜାର ରହିଥିଲା ଏବେ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ତେବେ ଆସନ୍ତା ୨୦୨୬ ଜାନୁଆରୀ ପହିଲାରୁ ଲାଗୁହେବ। ଏହାଦ୍ବାରା ଛାତ୍ରଛାତ୍ରୀମାନେ ଶିକ୍ଷା ଓ ରୋଗୀ ସେବାରେ ଅଧିକ ମନୋନିବେଶ କରି ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା କହିଛନ୍ତି |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories