Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମୋହନା ବ୍ଲକ ଗୁଲୁବା ଗ୍ରାମ ପଞ୍ଚାୟତ ରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୧୬/୧୨(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଗୁଲୁବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ⁶ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୀନ୍ଦ୍ର ହନେନାଗା, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗୁଲୁବା ଗ୍ରାମ ପଞ୍ଚାୟତ ସମେତ ଡେଙ୍ଗାସ୍ଖଳ,ବିରିକୋଟ ଓ ମାଣ୍ଡିମେରା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୧୪୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୪୪ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୧୦୨ ଗୋଟି ଅଭିଯୋଗ ଆସିଥିଲା ସେଥିମଧ୍ୟରୁ ୪ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା l ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ,
ତହସିଲଦାର , ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

10 ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଯୁବକ ଗିରଫପାରଳାଖେମୁଣ୍ଡି, 14/1 (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି। ଜଣେ ଦଶ ବର୍ଷୀୟ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଜଣେ ୩୫ ବର୍ଷୀୟ ଯୁବକ ଗିରଫ ହୋଇଥିବାର ଜଣାପଡିଛି। ସହରର ଜଙ୍ଗମ ସାହି ରେ ଏପରି ଲଜ୍ଜ୍ୟା ଘଟଣା ଘଟିଛି। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ସୂତ୍ରରୁ ପ୍ରକାଶ ଯେ, ସୋମବାର ଦିନ ନାବାଳିକାଙ୍କ ମାତା ପିତା ଉଭୟ ଦମ୍ପତି କାମକୁ ଯାଇଥିଲେ । ଏହି ସମୟରେ ଝିଅଟିଏ ଏକୁଟିଆ ରହି ଘରେ ଖେଳୁଥିଲା । ସେହି ସମୟରେ ପାଇଲୁ ରବି ନାମକ ଜଣେ ଯୁବକ ତାଙ୍କ ଘରେ ପ୍ରବେଶ କରିଥିଲେ। ନାବାଳିକା ଝିଅଟିକୁ ଏକୁଟିଆ ପାଇ ଅଭିଯୁକ୍ତ ଜଣକ ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ ବଳପୂର୍ବକ ଦୁଷ୍କର୍ମ ଉଦ୍ୟମ କରିଥିଲେ ଏବଂ ତଳେ ଶୁଆଇ ଦେଇଥିଲେ। ଯେତେବେଳେ ନାବାଳିକା ଝିଅ ଚିତ୍କାର କଲେ, ଅଭିଯୁକ୍ତ ତାଙ୍କ ପାଟି ବନ୍ଦ କରିଦେଲେ। ଯେତେବେଳେ ପିଲାଟି ଖସିଯିବାକୁ ଚେଷ୍ଟା କଲା, ଅଭିଯୁକ୍ତ ତାଙ୍କ ପୋଷାକ ଚିରି ଦେଲେ ଏବଂ ବଳାତ୍କାର କରିବାକୁ ଚେଷ୍ଟା କଲେ। ତେବେ ପୀଡିତା ତାଙ୍କ କବଳରୁ କୌଣସି ମତେ ଖସି ଆସିବାରେ ସଫଳ ହେଲେ ଏବଂ ବାହାରେ ଥିବା କୂଅ ପାଖରେ ପଡ଼ିଗଲେ । ଚିତ୍କାର ଶୁଣି ପଡ଼ୋଶୀମାନେ ଏକାଠି ହୋଇ ଅଭିଯୁକ୍ତକୁ ଘର ଭିତରେହିଁ ଅଟକାଇ ଧରିଥିଲେ । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ 6/26 ରେ ଏକ ମାମଲା ରୁଜୁ କରି POCSO ଆଇନର BNS R/w ଧାରା 8 ର ଧାରା 332(b)/75/76/65(2)/324(4)/62/351(2) ଅନୁଯାୟୀ ଗିରଫ କରି ଉଭୟଙ୍କୁ ଡାକ୍ତର ମୟାନା କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତି ସୁଚନା ଦେଇଛନ୍ତି ।