ଗଜପତି ଜିଲ୍ଲାରୁ ମଧ୍ୟପ୍ରଦେଶକୁ ଗଞ୍ଜେଇ ଚୋରାଚାଲାଣ ବେଳେ ୨ ଜଣ ଆନ୍ତରାଜ୍ୟ ମାଫିଆ ଗିରଫ ୨୬ କେଜି ଗଞ୍ଜେଇ ଜବତ
ପାରଳାଖେମୁଣ୍ଡି:୨୦/୧୨(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଅଡବା ଥାନା ନଳାଘାଟ ଗାଁ ନିକଟରୁ ମଧ୍ୟପ୍ରଦେଶକୁ ଗଞ୍ଜେଇ ଚାଲାଣ ବେଳେ କାର ସହ ୨୬ କିଲୋ ଗଞ୍ଜେଇ ଜବତ କରାଯାଇଛି. ଏହି ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ୨ ଜଣ ଆନ୍ତରାଜ୍ୟ ମାଫିଆକୁ ଗିରଫ କରିଛି ପୋଲିସ। ଗିରଫ ଦୁଇଜଣ ହେଲେ ମଧ୍ୟପ୍ରଦେଶର ବିକାଶ କାଠୁଆଶ ଓ ରୀତୁ ମିନା ବୋଲି ଥାନା ଅଧିକାରୀ ସୁଚନା ଦେଇଛନ୍ତି। ଯାହାକୁ ନେଇ ଅଡବା ଥାନାରେ କେସ ନମ୍ବର ୧୯୪/୨୫ ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲୁ ରହିଛି. କାର ଯୋଗେ ଗଞ୍ଜେଇକୁ ଗଜପତି ଜିଲ୍ଲାର ନଳାଘାଟ ଅଞ୍ଚଳରୁ ମଧ୍ୟପ୍ରଦେଶକୁ ଚାଲାଣ ହେଉଥିବା ବେଳେ ଜବତ କରାଯାଇଥିବା ଥାନା ଅଧିକାରୀ ଶୁଭ୍ରାନ୍ତ ପଣ୍ଡା ସୁଚନା ଦେଇଛନ୍ତି।

