Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭକ୍ତି ନୈବେଦ୍ୟ ଓ କ୍ରିଏଟିଭ ଆର୍ଟସ୍ ଦ୍ୱାରା ଯୁବ କଣ୍ଠଶିଳ୍ପୀ ଡାକ୍ତର ଚନ୍ଦନ ଗନ୍ତାୟତ ସମ୍ବର୍ଦ୍ଧିତ

ପାରଳାଖେମୁଣ୍ଡି:୨୨/୧୨(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି କରଣସାହି ସ୍ଥିତ ଲକ୍ଷ୍ମୀ ନୃସିଂହ କଲ୍ୟାଣ ମଣ୍ଡପ ଠାରେ ପ୍ରତିଷ୍ଠିତ ନାଟ୍ୟ ସଂଗଠନ କ୍ରିଏଟିଭ ଆର୍ଟସ୍ ଓ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭକ୍ତି ନୈବେଦ୍ୟର ମିଳିତ ଆନୁକୁଲ୍ୟରେ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଯାଇଅଛି। ଯେଉଁଥିରେ ଦକ୍ଷିଣ ଓଡିଶାର ବିଶିଷ୍ଟ ଯୁବ କଣ୍ଠଶିଳ୍ପୀ ଡାକ୍ତର ଚନ୍ଦନ ଗନ୍ତାୟତ ସଦ୍ୟ ପ୍ରକାଶିତ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ ଯୁବ ପ୍ରତିଭା ସମ୍ମାନରେ ପୁରସ୍କୃତ ହୋଇଥିବା ଯୋଗୁଁ ତାଙ୍କୁ ଉତ୍ସାସିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ସଭା ରେ ଅନୁଷ୍ଠାନ ସଭାପତି ନୃସିଂହ ଚରଣ ପଟ୍ଟନାୟକ ସଭାପତିତ୍ୟ କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା ମଙ୍ଗରାଜ, ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରଘୁନାଥ ପାତ୍ର, ଜିଲ୍ଲା ସଂସ୍କୃତି ପରିଷଦ ସଦସ୍ୟ ତଥା ଯୁବ ନାଟ୍ୟ କଳାକାର ଆଦର୍ଶ ଦାସ ଓ ସମ୍ବର୍ଦ୍ଧିତ ପ୍ରତିଭା ଡାକ୍ତର ଚନ୍ଦନ ଗନ୍ତାୟତ ମଞ୍ଚାସୀନ ଥିଲେ। ଅତିଥି ମାନେ ଡାକ୍ତର ଗନ୍ତାୟତ ଶିଶୁ କଳାକାର ଅବସ୍ଥାରୁ ବର୍ତ୍ତମାନ ସୁଦ୍ଧା ଡ଼ାକ୍ତରୀ ପଦାଧିକାରୀ ହେବା ପରେ ମଧ୍ୟ ପ୍ରତିଦିନ ସଙ୍ଗୀତ ଗାନ କରୁଥିବା ଯୋଗୁଁ ନିଜର ନିଷ୍ଟା ଓ ସଙ୍ଗୀତ ପ୍ରତି ଦୁର୍ବଳତା ଥିବା ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରିବାରେ ସଫଳ ହେଉଛନ୍ତି, ଗୁରୁ ଶିଷ୍ୟ ପରମ୍ପରା ର ଅନନ୍ୟ ଉଦାହରଣ ହେଉଛନ୍ତି ଗୁରୁ ରଘୁନାଥ ପାତ୍ର ଓ ତାଙ୍କ ଶିଷ୍ୟ ଡାକ୍ତର ଚନ୍ଦନ ଗନ୍ତାୟତ ବୋଲି ନିଜର ଅଭିଭାଷଣ ରେ ବକ୍ତା ମାନେ କହିଥିଲେ। ଆୟୋଜକ ଦୁଇ ଅନୁଷ୍ଠାନ ସମେତ ଭକ୍ତି ସଙ୍ଗୀତ ସଂସଦ, ସମଲେଇ ନୃତ୍ୟ ପରିଷଦ, ଶ୍ରୀ ଜଗନ୍ନାଥ ଓଡ଼ିଶୀ କଳାକେନ୍ଦ୍ର, ଭକ୍ତି ପୁଷ୍ପାଞ୍ଜଳି ଆଦି ବହୁ ଅନୁଷ୍ଠାନ କର୍ମକର୍ତ୍ତା ଯୋଗ ଦେଇ ଡାକ୍ତର ଗନ୍ତାୟତଙ୍କୁ ସମ୍ମାନିତ କରିଥିଲେ। ଡାକ୍ତର ଗନ୍ତାୟତ ଗୁଣୁପୁର ରେ ଜନ୍ମିତ ଓ ନିଜ ଚିକିତ୍ସା ସେବା କାଳ ବହୁ ବର୍ଷ ଗଞ୍ଜାମରେ କଟିଥିଲେ ମଧ୍ୟ ନିଜର ସଙ୍ଗୀତ ଜୀବନୀର ଅଧିକ ସମୟ ଗଜପତି ଜିଲ୍ଲା ରେ ହୋଇଥିବା ଯୋଗୁଁ ଏହି ପାରଳା ମାଟି ପାଖେ ସବୁ ବେଳେ ରୁଣୀ ବୋଲି ନିଜ ସମ୍ବର୍ଦ୍ଧିତ ପ୍ରତିଉତ୍ତର ବକ୍ତବ୍ୟ ରଖିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

*ଦ୍ୱିତୀୟ ଦିବସରେ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତା ଅନୁଷ୍ଠିତ* ପାରଳାଖେମୁଣ୍ଡି,ତା.୧୧.୧୧.୨୦୨୬ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍‌ ସ୍ଥିତ ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଭଲିବଲ୍ ପ୍ରତିଯୋଗିତା (୨୦୨୬-୨୭) ଦ୍ୱିତୀୟ ଦିବସରେ ଉତ୍ସାହ ସହ ଅନୁଷ୍ଠିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଓଡ଼ିଶାର ୩୦ଟି ଜିଲ୍ଲାରୁ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର କ୍ରୀଡ଼ା ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରୁଛନ୍ତି। ପ୍ରତିଯୋଗିତାର ସୁପରିଚାଳନା ପାଇଁ ମୋଟ ୫ଟି ଖେଳ ପଡ଼ିଆ ବା କୋର୍ଟର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କୋର୍ଟରେ ପ୍ରାୟ ୧୨ରୁ ୧୫ଟି ମ୍ୟାଚ୍ ଅନୁଷ୍ଠିତ ହୋଇଥିବାବେଳେ ସମସ୍ତ ଖେଳାଳି ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରି ଦର୍ଶକଙ୍କ ମନ ଜିଣିଥିଲେ। ଦ୍ୱିତୀୟ ଦିବସର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲ୍‌ଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ମାୟାଧର ସାହୁ ଯୋଗଦେଇଥିଲେ। ସେହିପରି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍‌. ଗିରିଧର, ମୋହନା ଓ ଆର୍‌. ଉଦୟଗିରି ବ୍ଲକ୍‌ର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବୀରେନ୍ଦ୍ର ମଣ୍ଡଳ, ରାୟଗଡ଼ ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନ ଏବଂ କନ୍ଧମାଳ ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସଞ୍ଜୟ କୁମାର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ବିଭିନ୍ନ ଦିଗ ଉପରେ ମତବ୍ୟକ୍ତ କରିବା ସହ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଏହି ବୃହତ୍ କ୍ରୀଡ଼ା ଆୟୋଜନକୁ ସଫଳ ଓ ସୁସଂଗଠିତ କରିବାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ କ୍ରୀଡ଼ା ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସକ୍ରିୟ ସହଯୋଗ ଓ ଉପସ୍ଥିତି ବେଶ୍ ପ୍ରଶଂସନୀୟ ହୋଇଥିଲା।କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାୟଗଡ଼ର କ୍ରୀଡ଼ା ଶିକ୍ଷକ ଶ୍ରୀ ସନ୍ତୋଷ ପଣ୍ଡା ପରିଚାଳନା କରିଥିଲେ। ଶେଷରେ ଗଜପତି ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଉପସ୍ଥିତ ସମସ୍ତ ଅତିଥି, ଆୟୋଜକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।