Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ବିଧାୟକ ରୁପେଶ ପାଣିଗ୍ରାହି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ସାକ୍ଷାତ କରି ନୂତନ ବର୍ଷ ର ଅଭିନନ୍ଦନ ଜଣାଇଥିଲେ

ପାରଳାଖମୁଣ୍ଡି:୩/୧(ଗରୁଡ଼ ଧ୍ଵଜ ଚୌଧୁରୀ)
ଲପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ଆଜି ସନ୍ଧ୍ୟାରେ ନବୀନ ନିବାସ’କୁ ଯାଇ ସେଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ଶ୍ରୀ ନବୀନ ପଟ୍ଟନାୟକ’ଙ୍କୁ ଭେଟି ତାଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇଥିଲେ।ବିଜେଡି ସୁପ୍ରିମୋ ଶ୍ରୀ ନବୀନ ପଟ୍ଟନାୟକ ପାରଳାଖେମୁଣ୍ଡିକୁ ଅତି ଭଲ ପାଆନ୍ତି , କାରଣ ତାଙ୍କ ଜେଜେ ବାପା ଶ୍ରୀ ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ ଅତୀତରେ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି’ଙ୍କ ଦିୱାନ ଥିଲେ । ଅନ୍ୟ ପକ୍ଷରେ କିମ୍ବଦନ୍ତୀ ପୁରୁଷ ଶ୍ରୀ ବିଜୁ ପଟ୍ଟନାୟକ ମଧ୍ୟ ସ୍ୱର୍ଗତ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ସହଯୋଗ ଓ ସମର୍ଥନରେ ପାଇଲଟ୍ ତାଲିମ ପାଇଁ ଫେଲୋସିପ୍ ପାଇଥିଲେ । ଏହା ବ୍ୟତୀତ ଗଜପତି ଜିଲ୍ଲା’ର ଆଦିବାସୀ ଏବଂ କୃଷକ ମାନଙ୍କ ପ୍ରତି ସମଭାବ ବିଷୟରେ ଅନେକ କିଛି ସେ ବିଧାୟକଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟତଃ ଚଳିତ ବର୍ଷ ଚାଷୀଙ୍କ ଭଲ ଧାନ ହୋଇଛି ଏବଂ ସେ ସବୁ ଧାନ ଚାଷୀ ମଣ୍ଡିରେ ଧାନ ଦେବେ । ସେହି ପରିପ୍ରେକ୍ଷୀରେ ଚାଷୀଙ୍କ ଟୋକେନ୍ ଏବଂ ଧାନ କ୍ରୟ ସମୟରେ କଟନି ଛଟନି ସମସ୍ୟା ଯେଭଳି ନ ହୁଏ ଏବଂ ଚାଷୀ ସୁରୁଖୁରୁରେ ଧାନ ଦେଇ ଉଚିତ୍ ସମୟରେ ଉଚିତ୍ ପ୍ରାପ୍ୟ ଯେଭଳି ଚାଷୀଙ୍କ ଖାତାକୁ ଯିବ , ଏଭଳି ବିଭିନ୍ନ ବିଷୟରେ ପାରଳା ବିଧାୟକ’ଙ୍କ ସହ ଆଲୋଚନା କରିଥିଲେ ବିଧାୟକ ଇଂ ରିପେଶ ପାଣିଗ୍ରାହୀବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇବା ସମୟରେ ତାଙ୍କ ସହିତ ତାଙ୍କ ଝିଅ ପରିବେଶ ସୁରକ୍ଷା ଗବେଷିକା ଧୃତିମୋକ୍ଷା ପାଣିଗ୍ରାହୀ ଏବଂ ପୁତୁରା ଶ୍ରୀ ବିଶ୍ୱରାଜ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

10 ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଯୁବକ ଗିରଫପାରଳାଖେମୁଣ୍ଡି, 14/1 (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି। ଜଣେ ଦଶ ବର୍ଷୀୟ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଜଣେ ୩୫ ବର୍ଷୀୟ ଯୁବକ ଗିରଫ ହୋଇଥିବାର ଜଣାପଡିଛି। ସହରର ଜଙ୍ଗମ ସାହି ରେ ଏପରି ଲଜ୍ଜ୍ୟା ଘଟଣା ଘଟିଛି। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ସୂତ୍ରରୁ ପ୍ରକାଶ ଯେ, ସୋମବାର ଦିନ ନାବାଳିକାଙ୍କ ମାତା ପିତା ଉଭୟ ଦମ୍ପତି କାମକୁ ଯାଇଥିଲେ । ଏହି ସମୟରେ ଝିଅଟିଏ ଏକୁଟିଆ ରହି ଘରେ ଖେଳୁଥିଲା । ସେହି ସମୟରେ ପାଇଲୁ ରବି ନାମକ ଜଣେ ଯୁବକ ତାଙ୍କ ଘରେ ପ୍ରବେଶ କରିଥିଲେ। ନାବାଳିକା ଝିଅଟିକୁ ଏକୁଟିଆ ପାଇ ଅଭିଯୁକ୍ତ ଜଣକ ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ ବଳପୂର୍ବକ ଦୁଷ୍କର୍ମ ଉଦ୍ୟମ କରିଥିଲେ ଏବଂ ତଳେ ଶୁଆଇ ଦେଇଥିଲେ। ଯେତେବେଳେ ନାବାଳିକା ଝିଅ ଚିତ୍କାର କଲେ, ଅଭିଯୁକ୍ତ ତାଙ୍କ ପାଟି ବନ୍ଦ କରିଦେଲେ। ଯେତେବେଳେ ପିଲାଟି ଖସିଯିବାକୁ ଚେଷ୍ଟା କଲା, ଅଭିଯୁକ୍ତ ତାଙ୍କ ପୋଷାକ ଚିରି ଦେଲେ ଏବଂ ବଳାତ୍କାର କରିବାକୁ ଚେଷ୍ଟା କଲେ। ତେବେ ପୀଡିତା ତାଙ୍କ କବଳରୁ କୌଣସି ମତେ ଖସି ଆସିବାରେ ସଫଳ ହେଲେ ଏବଂ ବାହାରେ ଥିବା କୂଅ ପାଖରେ ପଡ଼ିଗଲେ । ଚିତ୍କାର ଶୁଣି ପଡ଼ୋଶୀମାନେ ଏକାଠି ହୋଇ ଅଭିଯୁକ୍ତକୁ ଘର ଭିତରେହିଁ ଅଟକାଇ ଧରିଥିଲେ । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ 6/26 ରେ ଏକ ମାମଲା ରୁଜୁ କରି POCSO ଆଇନର BNS R/w ଧାରା 8 ର ଧାରା 332(b)/75/76/65(2)/324(4)/62/351(2) ଅନୁଯାୟୀ ଗିରଫ କରି ଉଭୟଙ୍କୁ ଡାକ୍ତର ମୟାନା କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତି ସୁଚନା ଦେଇଛନ୍ତି ।