ଜିଲ୍ଲାସ୍ତରୀୟ ଜୁନିୟର ରେଡ଼କ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଉଦଘାଟିତ
କଳାହାଣ୍ଡି, ୦୫/୦୧-ଲାଞ୍ଜିଗଡ଼ ବ୍ଲକ କାଉଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ୨୬ତମ ଜିଲ୍ଲାସ୍ତରୀୟ ଜୁନିୟର ରେଡ଼କ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ଯୋଗ ଦେଇଥିବାବେଳେ ବିଶିଷ୍ଟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରୱାନ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ରାଧାକାନ୍ତ ଛତ୍ରୀ, ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର, ଜିଲ୍ଲା ଶାରୀରିକ କ୍ରୀଡ଼ା ଶିକ୍ଷାଧିକାରୀ ରୂପସିଂ ରାଉତ, କାଉଗୁଡା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସୁପ୍ରଭା ଦୋରା ପ୍ରମୁଖ ଯୋଗ ଦେଇଥିଲେ। ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ହେମସାଗର ମହାନନ୍ଦ ସ୍ୱାଗତ ଅଭିଭାଷଣ ଦେଇଥିବାବେଳେ ବରିଷ୍ଠ ଶିକ୍ଷକ ତପନ କୁମାର ଭୋଇ ସଭା ପରିଚାଳନା କରିଥିଲେ। ଶେଷରେ ଲାଞ୍ଜିଗଡ଼ ଗୋଷ୍ଠୀ ଶିକ୍ଷାଧିକାରୀ ଋଷିଆ ମେହେର ଧନ୍ୟବାଦ ଅର୍ପଣ କରିଥିଲେ। ଆଜି ଉଦଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ସ୍କୁଲର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିବାବେଳେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। ଲାଞ୍ଜିଗଡ଼ ବ୍ଲକର ସମସ୍ତ କ୍ଳଷ୍ଟର ସଂଯୋଜକ ଓ କାଉଗୁଡା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

