ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଓଡ଼ିଶା,୬|୧ : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ | ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟ କରି ଶୁଭେଚ୍ଛା ଜଣାଇଛନ୍ତି | ପୋଷ୍ଟରେ ସେ ଲେଖିଛନ୍ତି, ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଅଭିନନ୍ଦନ।
ସେ ଓଡ଼ିଶାର ବିକାଶ ପଥକୁ ଆଗେଇ ନେବା ଏବଂ ରାଜ୍ୟର ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ଅନେକ ପ୍ରୟାସ କରିଛନ୍ତି। ଜନ ସାଧାରଣଙ୍କ ସେବାରେ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି।
ତେବେ ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅନ୍ୟ ଏକ ପୋଷ୍ଟ କରିଛନ୍ତି | ଯେଉଁଥିରେ ସେ ଲେଖିଛନ୍ତି,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ, ଆପଣଙ୍କ ଶୁଭେଚ୍ଛା ଏବଂ ପ୍ରୋତ୍ସାହଜନକ କଥା ପାଇଁ ଧନ୍ୟବାଦ। ଆପଣଙ୍କ ନେତୃତ୍ୱ ଏବଂ ମାର୍ଗଦର୍ଶନ ଅଧିକ ଉତ୍ସର୍ଗୀକୃତ ଭାବରେ ଓଡ଼ିଶାବାସୀଙ୍କ ପାଇଁ ସେବା କରିବାର ମୋର ସଂକଳ୍ପକୁ ଆହୁରି ଦୃଢ଼ କରିବ |
ପ୍ରଧାନମନ୍ତ୍ରୀଙ୍କ ସମେତ ବିଜେପିର ଅନେକ ବରିଷ୍ଠ ନେତା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି | ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ,ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ,ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଆଦି ଅନେକ ପ୍ରମୁଖ ନେତା ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ତାଙ୍କ ସୁସ୍ଥ ଜୀବନ ପାଇଁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି |

