Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ୫ ଦିନ ଧରି ଆଞ୍ଚଳିକ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ପାରଳାଖେୁଣ୍ଡି ବିଧାୟକଙ୍କ ଦ୍ଵାରା ଉଦଘାଟିତ

ପାରଳାଖେମୁଣ୍ଡି:୬/୧(ଗରୁଡ଼ଧ୍ଵଜଚୌଧୁରୀ)ଆଞ୍ଚଳିକ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା-୨୦୨୫-୨୬ ଆଜି ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆନୁଷ୍ଠାନିକ ଭାବେ ଉଦଘାଟନ ହୋଇଯାଇଛି। ଏହି ମେଳା ଆଜି ଠାରୁ ପାଞ୍ଚ ଦିନ ଧରି ଅନୁଷ୍ଠିତ ହେବ। ଗଜପତି ଜିଲ୍ଲାରେ ପ୍ରଥମ ଥର ପାଇଁ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାର ଆୟୋଜନ ହୋଇଥିବାରୁ କୃଷକ ଭାଇ ଭଉଣୀ ମାନେ ଖୁସି ବ୍ୟକ୍ତ ହୋଇଛନ୍ତି।ଏହି ମେଳାରେ ପାଞ୍ଚ ଗୋଟି ଜିଲ୍ଲା ତଥା ଗଜପତି , ଗଞ୍ଜାମ , ରାୟଗଡ଼ା , କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ଚାଷୀ ମାନେ ଯୋଗଦାନ କରିବେ। ଏହା ସହିତ ଏହି ଜିଲ୍ଲାର କୃଷି ଯନ୍ତ୍ରପାତି ବିତରକ ପ୍ରମୁଖ ଅଂଶ ଗ୍ରହଣ କରିଛନ୍ତି। ଏହି ମେଳାରେ ୧୧୦ ଗୋଟି ଷ୍ଟଲ୍ ରହିଛି। ଷ୍ଟଲ୍ ଗୁଡିକରେ କୃଷି ଯନ୍ତ୍ରପାତି ପ୍ରଦର୍ଶନୀ କରିବା ସହିତ ସରକାର’ଙ୍କ ରିହାତି ଦରରେ ବିକ୍ରୟ ଏଵଂକିଣାବିକାର ବ୍ୟବସ୍ଥା ରହିଛି।ଆଜିର ପ୍ରଥମ ଦିନ ଉଦଘାଟିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି.ତିରୁପତି ରାଓ , ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ମନୀନ୍ଦ୍ର ହୋନନାଗା , ଆରକ୍ଷୀ ଅଧିକ୍ଷକ ଗଜପତି ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଗୋସାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଏନ: ବୀରରାଜୁ , ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଏମ.ପ୍ରକାଶ ରାଓ , ନିର୍ବାହୀ ଯନ୍ତ୍ରୀ କୃଷି ରାୟଗଡ଼ା ଜିଲ୍ଲା ଶ୍ରୀ ସନ୍ତୋଷ ମିଶ୍ର , କୃଷି ଜିଲ୍ଲା ଅଧିକାରୀ ଆର: ଉଦୟଗିରି ଶ୍ରୀ ବିରଞ୍ଚି ନାରାୟଣ ମଙ୍ଗରାଜ ପ୍ରମୁଖ ମଞ୍ଚାସିନ ଥିଲେ। ସମସ୍ତ ଅତିଥି ଗଣ କୃଷକ ଭାଇ ଭଉଣୀ ମାନଙ୍କୁ ଉତ୍ସାହିତ କରିଥିଲେ।ସେହିପରି ଚାଷୀଙ୍କୁ ପ୍ରଶିକ୍ଷଣ ଦେବାପାଇଁ ରାଜ୍ୟ ସ୍ତରୀୟ କୃଷି ବୈଜ୍ଞାନିକ , ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵିଦ୍ୟାଳୟର ବୈଜ୍ଞାନିକ ଓ ଜିଲ୍ଲାସ୍ତରୀୟ କୃଷି ଅଧିକାରୀ ମାନେ ଚାଷୀ ଭାଇ ଭଉଣୀ ମାନଙ୍କୁ ବୈଜ୍ଞାନିକ ପ୍ରଣାଳୀରେ ଚାଷ କାର୍ଯ୍ୟ କରିବା ପାଇଁ ଅବଗତ କରା ଯାଇଥିଲା।ସେହିପରି କୃଷକ ମାନଙ୍କୁ ବିଭିନ୍ନ କୃଷି ଯନ୍ତ୍ରପାତି ସଂପର୍କରେ ଜଣାଇବା ସହ ସହଜରେ ଉପଲବ୍ଧ କରାଇବା ନେଇ ଚାଷୀଙ୍କ ଆୟକୁ ଦ୍ବିଗୁଣିତ କରିବା ପାଇଁ ବୈଷୟିକ ଜ୍ଞାନ ଓ ଜୈବିକ ସାର ବ୍ୟବହାର କରିବା ସାଙ୍ଗକୁ ଆଧୁନିକ କୃଷି ଯନ୍ତ୍ରପାତିର ବ୍ୟବହାର ସଂପର୍କରେ ଚାଷୀ ଭାଈ ଭଉଣୀ ମାନଙ୍କୁ ସଚେତନତା କରାଯିବ। ସେହିପରି ମିଶ୍ରିତ ଫସଲ ଚାଷ , ଅର୍ଥକାରୀ ଫସଲ ପାଇଁ ଉନ୍ନତ ଯନ୍ତ୍ରପାତି ର ସଠିକ ଉପଯୋଗ ଓ ପରିଚାଳନା , ଉନ୍ନତ ମାନର ଯାନ୍ତ୍ରିକ ସୁବିଧା ଓ ସୁଯୋଗ ନେବା ପାଇଁ ଚାଷୀଙ୍କୁ ଏହା ମାଧ୍ୟମରେ ପରାମର୍ଶ ଦିଆଯିବ । ବିଭିନ୍ନ ଆଧୁନିକ କୃଷି ଯନ୍ତ୍ରପାତି ପ୍ରଦର୍ଶନ କରିବା ସହିତ ରିହାତି ଦରରେ ଚାଷୀ ଓ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଅଛି। ଜିଲ୍ଲାର ବିଭିନ୍ନ ବିଭାଗ ତଥା ଉଦ୍ୟାନ , କୃଷି, ମତ୍ସ , ପ୍ରାଣୀ ସମ୍ପଦ ବିକାଶ , ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା , ମିଶନ ଶକ୍ତି ଓ ଓଡିଶା ମିଲେଟ୍ ମିଶନ ଭଳି ବିଭିନ୍ନ ବିଭାଗର ଯନ୍ତ୍ରପାତି ପ୍ରଦର୍ଶିତ କରାଯିବ । ଫଳରେ ଚାଷୀମାନେ ବିଭିନ୍ନ ଚାଷ ସଂପର୍କରେ ଜ୍ଞାନ ଅର୍ଜନ କରିବା ସହିତ କୃଷିର ବିକାଶ ହେବା ସହିତ କୃଷକଙ୍କୁ ସଚେତନ କରାଯିବ ବୋଲି ଜିଲ୍ଲାପାଳ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।ଏହାସହ ପାଞ୍ଚ ଗୋଟି ଜିଳ୍ଲାର ଚାଷ କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ କରିଥିବା ଚାଷୀଙ୍କୁ ଅତିଥିମାନଙ୍କ ଦ୍ଵାରା ସମ୍ମାନିତ କରା ଯାଇଥିଲା। ସେହିପରି ଚାଷୀ ଓ ଜନସାଧାରଣ ମାନଙ୍କୁ ମନୋରଞ୍ଜନ କରିବା ପାଇଁ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।ଉକ୍ତ ଜିଲ୍ଲା କୃଷି ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ପ୍ରିୟଦର୍ଶିନୀ , ସହକାରୀ ଜିଲ୍ଲା କୃଷି ଅଧିକାରୀ ଶ୍ରୀ କେ: ସୁରଜ କୁମାର ପାତ୍ର ସମେତ ସମସ୍ତ କୃଷି ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

10 ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଯୁବକ ଗିରଫପାରଳାଖେମୁଣ୍ଡି, 14/1 (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି। ଜଣେ ଦଶ ବର୍ଷୀୟ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଜଣେ ୩୫ ବର୍ଷୀୟ ଯୁବକ ଗିରଫ ହୋଇଥିବାର ଜଣାପଡିଛି। ସହରର ଜଙ୍ଗମ ସାହି ରେ ଏପରି ଲଜ୍ଜ୍ୟା ଘଟଣା ଘଟିଛି। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ସୂତ୍ରରୁ ପ୍ରକାଶ ଯେ, ସୋମବାର ଦିନ ନାବାଳିକାଙ୍କ ମାତା ପିତା ଉଭୟ ଦମ୍ପତି କାମକୁ ଯାଇଥିଲେ । ଏହି ସମୟରେ ଝିଅଟିଏ ଏକୁଟିଆ ରହି ଘରେ ଖେଳୁଥିଲା । ସେହି ସମୟରେ ପାଇଲୁ ରବି ନାମକ ଜଣେ ଯୁବକ ତାଙ୍କ ଘରେ ପ୍ରବେଶ କରିଥିଲେ। ନାବାଳିକା ଝିଅଟିକୁ ଏକୁଟିଆ ପାଇ ଅଭିଯୁକ୍ତ ଜଣକ ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ ବଳପୂର୍ବକ ଦୁଷ୍କର୍ମ ଉଦ୍ୟମ କରିଥିଲେ ଏବଂ ତଳେ ଶୁଆଇ ଦେଇଥିଲେ। ଯେତେବେଳେ ନାବାଳିକା ଝିଅ ଚିତ୍କାର କଲେ, ଅଭିଯୁକ୍ତ ତାଙ୍କ ପାଟି ବନ୍ଦ କରିଦେଲେ। ଯେତେବେଳେ ପିଲାଟି ଖସିଯିବାକୁ ଚେଷ୍ଟା କଲା, ଅଭିଯୁକ୍ତ ତାଙ୍କ ପୋଷାକ ଚିରି ଦେଲେ ଏବଂ ବଳାତ୍କାର କରିବାକୁ ଚେଷ୍ଟା କଲେ। ତେବେ ପୀଡିତା ତାଙ୍କ କବଳରୁ କୌଣସି ମତେ ଖସି ଆସିବାରେ ସଫଳ ହେଲେ ଏବଂ ବାହାରେ ଥିବା କୂଅ ପାଖରେ ପଡ଼ିଗଲେ । ଚିତ୍କାର ଶୁଣି ପଡ଼ୋଶୀମାନେ ଏକାଠି ହୋଇ ଅଭିଯୁକ୍ତକୁ ଘର ଭିତରେହିଁ ଅଟକାଇ ଧରିଥିଲେ । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ 6/26 ରେ ଏକ ମାମଲା ରୁଜୁ କରି POCSO ଆଇନର BNS R/w ଧାରା 8 ର ଧାରା 332(b)/75/76/65(2)/324(4)/62/351(2) ଅନୁଯାୟୀ ଗିରଫ କରି ଉଭୟଙ୍କୁ ଡାକ୍ତର ମୟାନା କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତି ସୁଚନା ଦେଇଛନ୍ତି ।