ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
ବାଲିଗୁଡା, ତା, ୦୭/୦୧ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ ଭୋସଲେ ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିନିଜ ନିଜର ସୁ ଚିନ୍ତିତ ମତାମତ ପ୍ରଦାନ କରିଥିଲେ । ପୂର୍ବ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ଉକ୍ତ ଦିନ ପ୍ରତ୍ୟୁଷ ରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ଵାରା ସମଗ୍ର ସହରରେ ରାମଧୁନ ପରିବେଷଣ କରାଯିବ। ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ସକାଳ ୭ଘଣ୍ଟା ରେ ପତାକା ଉତୋଳନ କରିବେ । ସକାଳ ଘ ୮.୩୦ ମିନିଟ୍ ରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ୍ ଠାରେ ଆନୁଷ୍ଠାନିକ ଭାବେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରାଯିବ । ପ୍ୟାରେଡ୍ ଅଭ୍ୟାସ ନିମନ୍ତେ ୨୨, ୨୩ ଓ ୨୪ ତାରିଖ ତିନିଦିନ ଧରି ଅଭ୍ୟାସ କରାଯିବା ନିମନ୍ତେ ସ୍ଥିର କରାଯାଇଛି । ୨୫ ତାରିଖ ଦିନ ଏକ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ଆୟୋଜନ କରାଯିବ l ଏଥି ନିମନ୍ତେ ଓଡ଼ିଆ ରଚନା ପ୍ରତିଯୋଗିତା, ଚିତ୍ରାଙ୍କନ ପ୍ରତିଯୋଗିତା, ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଭଳି ବିଭିନ୍ନ ପ୍ରତିଯୋଗିତା ଗୁଡିକ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ ହେବା ସହ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବା ପାଇଁ ବିଭିନ୍ନ ବିଭାଗ ର ଅଧିକାରୀ ଓ ବ୍ୟକ୍ତି ବିଶେଷଙ୍କୁ ଦାୟିତ୍ୱ ଅର୍ପଣ କରାଯାଇଛି l ଏଥିରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ଶିବ ଶଙ୍କର ସମରଥ , କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ଶିକ୍ଷକ ତୀର୍ଥବାସୀ ଘଡାଇ, ରଶ୍ମି ରଞ୍ଜନ ମହାରଣା ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ ।

