Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଚରଣ ମାଝୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି; ଓଡ଼ିଶାରେ ଆୟୁଷ ଡାକ୍ତରମାନଙ୍କ ସେବାକୁ ମିଳିବ ଅଗ୍ରାଧିକାର

ଭୁବନେଶ୍ୱର,୭|୧: ମୁଖ୍ୟମନ୍ତ୍ରୀ ଚରଣ ମାଝୀ ନେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି | ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉର୍ନ୍ନତି ପାଇଁ ନେଇଛନ୍ତି ପଦକ୍ଷେପ | ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କରିଥିଲେ। ଯେଉଁଥିରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ ଉପରେ ଗୁରୁତ୍ୱ ଦିଆଯିବା ସହିତ ସ୍ୱାସ୍ଥ୍ୟସେବା ସମ୍ପର୍କିତ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନେଇଛନ୍ତି।

ସୂଚନା ଅନୁଯାୟୀ,ସ୍ୱାସ୍ଥ୍ୟ ସେବା ପାଇଁ ଲାଗୁ ହୋଇଥିବା ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ପ୍ରକ୍ରିୟା ପ୍ରଥମେ କେଉଁଝର ଜିଲ୍ଲାରେ ଏକ ପାଇଲଟ୍ ପ୍ରୋଗ୍ରାମ ଭାବରେ ଆରମ୍ଭ ହେବ। ଏବଂ ଏହାର ସଫଳତାକୁ ଅନୁଧ୍ୟାନ କରିବା ପରେ ପର୍ଯ୍ୟାୟକ୍ରମେ ସାରା ରାଜ୍ୟରେ ଏହାର ପ୍ରସାରିତ ହେବ। ଡିଜିଟାଲ୍ ମିଶନ ଦ୍ୱାରା ସ୍ୱାସ୍ଥ୍ୟସେବାରେ ଆପଏଣ୍ଟମେଣ୍ଟ, ବୁକିଙ୍ଗ୍, ରେଫରାଲ୍ ଓ ଫଲୋଅପ୍ ଭଳି ବ୍ୟବସ୍ଥା ଇତ୍ୟାଦି ସମସ୍ତ କାର୍ଯ୍ୟ ଅନଲାଇନ ମାଧ୍ୟମରେ କରାଯିବ। ତେବେ ଏହା ଦ୍ୱାରା ରୋଗୀମାନଙ୍କ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁଥିବା ସମୟ ମଧ୍ୟ କମିବ | ଏହା ସହିତ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର ସର୍ବୋତ୍ତମ ବ୍ୟବହାର ହେବା ସହିତ ସ୍ୱାସ୍ଥ୍ୟସେବା ସରଳ ଏବଂ ସୁଗମ ହୋଇପାରିବ |

ଏହା ସହିତ ଡାକ୍ତର ମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ଜିଲ୍ଲା ମୁଖ୍ୟ ହସ୍ପିଟାଲ ଗୁଡ଼ିକରେ, DNB ପାଠ୍ୟକ୍ରମ ଆରମ୍ଭ କରାଯିବ | ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁସାରେ, ଡାକ୍ତରମାନେ ପ୍ରାକ୍ଟିକାଲ୍ ଓ କ୍ଲିନିକାଲ୍ ଟ୍ରେନିଙ୍ଗ୍ ପାଇ ସ୍ପେସିଆଲାଇଜେସନ୍ କରିପାରିବେ। ସାରା ରାଜ୍ୟରେ ଆୟୁଷ ଔଷଧକୁ ଲୋକପ୍ରିୟ କରିବାପାଇଁ ଯୋଜନା ମଧ୍ୟ ରଖାଯାଇଛି | ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଆୟୁଷ ଡାକ୍ତରମାନେ ରୋଗୀମାନଙ୍କ ପାଇଁ କେବଳ ଆୟୁର୍ବେଦିକ ଔଷଧ ଲେଖିବେ ଏବଂ କୌଣସି ଏଲୋପାଥିକ ଔଷଧ ପ୍ରେସକ୍ରାଇବ କରିବେ ନାହିଁ। ଏଥିରେ ଓଡ଼ିଶାରେ ଆୟୁଷ ଡାକ୍ତରମାନଙ୍କ ସେବାକୁ ପ୍ରାଥମିକତା ଦିଆଯିବ | ଏନେଇ ସମସ୍ତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ମାନଙ୍କରେ ଆର୍ୟୁବେଦିକ ଓ ହୋମିଓପାଥି ମେଡିସିନ ଉପଲବ୍‌ଧ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ