Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଏସପି ସମେତ ୩ ପୁଲିସ ଅଧିକାରୀନିଷ୍ଠାପର ସେବା ଓ କାର୍ଯ୍ୟଦକ୍ଷତା ପାଇଁ ଡିଜିପି ପଦକରେ ସମ୍ମାନୀତ

ପାରଳାଖେମୁଣ୍ଡି:୧୪/୧(ଗରୁଡ଼ ଧ୍ଵଜ ଚୌଧୁରୀ) ପୁଲିସ ବାହିନୀରେ ନିଷ୍ଠାପର ସେବା ଓ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ପାଇଁ ରାଜ୍ୟର ୪୬ ଜଣ ପୁଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ପଦକରେ ସମ୍ମାନିତ କରାଯାଇଛି। ଏଥିରେ ଗଜପତି ଜିଲ୍ଲାର ଆରକ୍ଷୀ ଅଧୀକ୍ଷକଙ୍କ ସମେତ ୩ ଜଣ ପୁଲିସ ଅଧିକାରୀ ସାମିଲ ହୋଇ ଜିଲ୍ଲାର ଗୌରବ ବଢ଼ାଇଛନ୍ତି।
ସୋମବାର କଟକ ସ୍ଥିତ ଆର.କେ.ପାଢ଼ୀ ମେମୋରିଆଲ୍ ହଲ୍‌ରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସଫଳ ଅଧିକାରୀମାନଙ୍କୁ ପଦକ ଓ ମାନପତ୍ର ପ୍ରଦାନ
କରିଥିଲେ।ଗଜପତି ଜିଲ୍ଲାରୁ ଡିଜିପି ପଦକ ପାଇଥିବା ଅଧିକାରୀମାନେ ହେଲେ—ଗଜପତି ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା,ପାରଳାଖେମୁଣ୍ଡି ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ମାଧବାନନ୍ଦ ନାୟକ ଓ ଚନ୍ଦ୍ରଗିରି ଫାଣ୍ଡି ଅଧିକାରୀ ସବ୍‌ ଇନ୍ସପେକ୍ଟର ସୁନୀଲ କୁମାର ସେଠୀ।ଏହି ତିନି ଜଣ ପୁଲିସ ପଦାଧିକାରୀଙ୍କୁ ସେମାନଙ୍କର ଉଲ୍ଲେଖନୀୟ ସେବା ଓ କାର୍ଯ୍ୟଦକ୍ଷତା ପାଇଁ ଡିଜିପି ପଦକ ପ୍ରଦାନ କରାଯାଇଥିବାରୁ ବିଭିନ୍ନ ମହଲରେ ସେମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଯାଇଛି। ଏହା ସହ ଗଜପତି ଜିଲ୍ଲାର ଗୌରବ ବଢ଼ାଇଥିବାରୁ ସମସ୍ତେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

10 ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଯୁବକ ଗିରଫପାରଳାଖେମୁଣ୍ଡି, 14/1 (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି। ଜଣେ ଦଶ ବର୍ଷୀୟ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଜଣେ ୩୫ ବର୍ଷୀୟ ଯୁବକ ଗିରଫ ହୋଇଥିବାର ଜଣାପଡିଛି। ସହରର ଜଙ୍ଗମ ସାହି ରେ ଏପରି ଲଜ୍ଜ୍ୟା ଘଟଣା ଘଟିଛି। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ସୂତ୍ରରୁ ପ୍ରକାଶ ଯେ, ସୋମବାର ଦିନ ନାବାଳିକାଙ୍କ ମାତା ପିତା ଉଭୟ ଦମ୍ପତି କାମକୁ ଯାଇଥିଲେ । ଏହି ସମୟରେ ଝିଅଟିଏ ଏକୁଟିଆ ରହି ଘରେ ଖେଳୁଥିଲା । ସେହି ସମୟରେ ପାଇଲୁ ରବି ନାମକ ଜଣେ ଯୁବକ ତାଙ୍କ ଘରେ ପ୍ରବେଶ କରିଥିଲେ। ନାବାଳିକା ଝିଅଟିକୁ ଏକୁଟିଆ ପାଇ ଅଭିଯୁକ୍ତ ଜଣକ ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ ବଳପୂର୍ବକ ଦୁଷ୍କର୍ମ ଉଦ୍ୟମ କରିଥିଲେ ଏବଂ ତଳେ ଶୁଆଇ ଦେଇଥିଲେ। ଯେତେବେଳେ ନାବାଳିକା ଝିଅ ଚିତ୍କାର କଲେ, ଅଭିଯୁକ୍ତ ତାଙ୍କ ପାଟି ବନ୍ଦ କରିଦେଲେ। ଯେତେବେଳେ ପିଲାଟି ଖସିଯିବାକୁ ଚେଷ୍ଟା କଲା, ଅଭିଯୁକ୍ତ ତାଙ୍କ ପୋଷାକ ଚିରି ଦେଲେ ଏବଂ ବଳାତ୍କାର କରିବାକୁ ଚେଷ୍ଟା କଲେ। ତେବେ ପୀଡିତା ତାଙ୍କ କବଳରୁ କୌଣସି ମତେ ଖସି ଆସିବାରେ ସଫଳ ହେଲେ ଏବଂ ବାହାରେ ଥିବା କୂଅ ପାଖରେ ପଡ଼ିଗଲେ । ଚିତ୍କାର ଶୁଣି ପଡ଼ୋଶୀମାନେ ଏକାଠି ହୋଇ ଅଭିଯୁକ୍ତକୁ ଘର ଭିତରେହିଁ ଅଟକାଇ ଧରିଥିଲେ । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ 6/26 ରେ ଏକ ମାମଲା ରୁଜୁ କରି POCSO ଆଇନର BNS R/w ଧାରା 8 ର ଧାରା 332(b)/75/76/65(2)/324(4)/62/351(2) ଅନୁଯାୟୀ ଗିରଫ କରି ଉଭୟଙ୍କୁ ଡାକ୍ତର ମୟାନା କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତି ସୁଚନା ଦେଇଛନ୍ତି ।