Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ରେ ଶବକୁ ବାଇକରେ ବୋହିବା ଘଟଣାକୁ ନେଇ ନାଗରିକ ମଞ୍ଚର ଆନ୍ଦୋଳନ ଚେତାବନୀ

ପାରଳାଖେମୁଣ୍ଡି:୧୮/୧(ଗରୁଡ ଧ୍ଵଜ ଚୌଧୁରୀ) ଗତ ତିନି ଦିନ ତଳେ ଗଜପତି ଜିଲ୍ଲା ଗୁମ୍ମା ବ୍ଲକର ସ୍ବାସ୍ଥ୍ୟ କେନ୍ଦ୍ର ରୁ ଏକ ଶବକୁ ନେବା ପାଇଁ ମହାପ୍ରଣାୟମ ନ ମିଳିବାରୁ ବାଇକରେ ବୋହି ନେବା ଭଳି ଅମାନବୀୟ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ଘଟଣାର ପ୍ରତିବାଦରେ ‘ଗୁମ୍ମା ନାଗରିକ ମଞ୍ଚ’ ପକ୍ଷରୁ ଏକ ଜରୁରୀ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇ ସରକାର ଓ ପ୍ରଶାସନକୁ କଡ଼ା ଚେତାବନୀ ଦିଆଯାଇଛି।​ମଞ୍ଚର ଆବାହକ ସୁସ୍ଥିର ସଡ଼ଙ୍ଗୀ ଏହି ଘଟଣା ପ୍ରତି ଗଭୀର ଉଦବେଗ ପ୍ରକାଶ କରି କହିଛନ୍ତି ଯେ, ଏହା ସଭ୍ୟ ସମାଜ ପାଇଁ ଏକ କଳଙ୍କିତ ଅଧ୍ୟାୟ। ଜଣେ ମୃତ ବ୍ୟକ୍ତିର ଶେଷ ସମ୍ମାନ ରକ୍ଷା କରିବାରେ ବିଫଳ ହୋଇଥିବା ପ୍ରଶାସନ ବିରୁଦ୍ଧରେ ଖୁବଶୀଘ୍ର ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯିବ। ସେହିପରି ମଞ୍ଚର ବରିଷ୍ଠ ଉପଦେଷ୍ଠା ଡଃ ପଲବ କୁମାର ଲିମା ଘଟଣା ନେଇ କ୍ଷୋଭ ପ୍ରକାଶ କରି କହିଛନ୍ତି ଯେ,ଆଦିବାସୀ ବହୁଳ ଦୁର୍ଗମ ଗୁମ୍ମା ବ୍ଲକରେ ସ୍ୱାସ୍ଥ୍ୟସେବା ସମ୍ପୂର୍ଣ୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡିଛି. ସରକାରୀ ସେବା ନାମରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟ ହେଉଛି. ହେଲେ ଏହାର କୌଣସି ସୁଫଳ ଲୋକେ ପାଉନାହାନ୍ତି. ମର ଶରୀରକୁ ଘରକୁ ନେବା ପାଇଁ ମହାପ୍ରଣାୟମ ଗାଡି ଦିଆଯିବା ନେଇ ସରକାରୀ ନିୟମରେ ରହିଛି. ତଥାପି ମର ଶରୀର ନେବା ପାଇଁ ପରିବାର ଲୋକେ ବହୁ ଅନୁରୋଧ କରିବା ପରେ ସୁଦ୍ଧା ମହାପ୍ରଣାୟମ ଗାଡି ନ ଦେବା ଯୋଗୁଁ ପରିବାର ଲୋକେ ବାଧ୍ୟ ହୋଇ ଶବକୁ ମଟର ସାଇକେଲରେ ବୋହି ନେଲେ. ଏହି ଘଟଣା ପାଇଁ ଯେଉଁମାନେ ଦାୟୀ ସେମାନଙ୍କ ବିରୁଦ୍ଧରେ ବିହିତ ପଦକ୍ଷେପ ଗ୍ରହଣ କରାନଗଲେ ନାଗରିକ ମଞ୍ଚ ତରଫରୁ ଆନ୍ଦୋଳନ କରାଯିବ. ଏହି ସାମ୍ବାଦିକ ସମ୍ମିଳନୀରେ ମଞ୍ଚର ସମ୍ପାଦକ ଇଭି6ଜନ, ବୋ୍ୟାଜ ଵେବର୍ତ୍ତା, ମସଲୁନ ରଇଁତଙ୍କ ସମେତ ଅନ୍ୟାନ୍ୟ ପ୍ରମୁଖ ସଦସ୍ୟମାନେ ଉପସ୍ଥିତ ରହି ପ୍ରଶାସନର ଏହି ଅମାନବୀୟ ମନୋଭାବକୁ ନିନ୍ଦା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

*ଦ୍ୱିତୀୟ ଦିବସରେ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତା ଅନୁଷ୍ଠିତ* ପାରଳାଖେମୁଣ୍ଡି,ତା.୧୧.୧୧.୨୦୨୬ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍‌ ସ୍ଥିତ ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଭଲିବଲ୍ ପ୍ରତିଯୋଗିତା (୨୦୨୬-୨୭) ଦ୍ୱିତୀୟ ଦିବସରେ ଉତ୍ସାହ ସହ ଅନୁଷ୍ଠିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଓଡ଼ିଶାର ୩୦ଟି ଜିଲ୍ଲାରୁ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର କ୍ରୀଡ଼ା ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରୁଛନ୍ତି। ପ୍ରତିଯୋଗିତାର ସୁପରିଚାଳନା ପାଇଁ ମୋଟ ୫ଟି ଖେଳ ପଡ଼ିଆ ବା କୋର୍ଟର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କୋର୍ଟରେ ପ୍ରାୟ ୧୨ରୁ ୧୫ଟି ମ୍ୟାଚ୍ ଅନୁଷ୍ଠିତ ହୋଇଥିବାବେଳେ ସମସ୍ତ ଖେଳାଳି ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରି ଦର୍ଶକଙ୍କ ମନ ଜିଣିଥିଲେ। ଦ୍ୱିତୀୟ ଦିବସର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲ୍‌ଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ମାୟାଧର ସାହୁ ଯୋଗଦେଇଥିଲେ। ସେହିପରି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍‌. ଗିରିଧର, ମୋହନା ଓ ଆର୍‌. ଉଦୟଗିରି ବ୍ଲକ୍‌ର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବୀରେନ୍ଦ୍ର ମଣ୍ଡଳ, ରାୟଗଡ଼ ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନ ଏବଂ କନ୍ଧମାଳ ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସଞ୍ଜୟ କୁମାର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ବିଭିନ୍ନ ଦିଗ ଉପରେ ମତବ୍ୟକ୍ତ କରିବା ସହ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଏହି ବୃହତ୍ କ୍ରୀଡ଼ା ଆୟୋଜନକୁ ସଫଳ ଓ ସୁସଂଗଠିତ କରିବାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ କ୍ରୀଡ଼ା ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସକ୍ରିୟ ସହଯୋଗ ଓ ଉପସ୍ଥିତି ବେଶ୍ ପ୍ରଶଂସନୀୟ ହୋଇଥିଲା।କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାୟଗଡ଼ର କ୍ରୀଡ଼ା ଶିକ୍ଷକ ଶ୍ରୀ ସନ୍ତୋଷ ପଣ୍ଡା ପରିଚାଳନା କରିଥିଲେ। ଶେଷରେ ଗଜପତି ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଉପସ୍ଥିତ ସମସ୍ତ ଅତିଥି, ଆୟୋଜକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।