ରାମଗିରି ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି:୧୯/୧(ଗରୁଡ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲା ରା.ଉଦୟଗିରି ବ୍ଲକ ଅନ୍ତର୍ଗତ ରାମଗିରି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ ଅଗ୍ରୱାଲ,ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଓ ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ରାମଗିରି ଗ୍ରାମ ପଞ୍ଚାୟତ ସମେତ, ତବାରସିଂ, ଅନାଘା ସୁବଳଡ଼ା ଓ ମହେନ୍ଦ୍ରଗଡ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ-୫୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୧୯ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୩୩ ଗୋଟି ଅଭିଯୋଗ ଆସିଥିଲା । ଏଥିମଧ୍ୟରୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଦୁଇ ଜଣଙ୍କୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ।ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀନାରୟଣ ଶବର,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରୀମେନ୍ ଖର୍ସେଲ, ତହସିଲଦାର ଶ୍ରୀ ଜ୍ୟୋତିମୟ ଦାଶ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ, ତହସିଲଦାର,ସ୍ଥାନୀୟ ସମସ୍ତ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ

