Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କ ଦିନିକିଆ ଗଜପତି ଜିଲ୍ଲା ଗସ୍ତ

ପାରଳାଖେମୁଣ୍ଡି:୨୯/୧(ଗରୁଡ ଧ୍ଵଜ ଚୌଧୁରୀ)
ଆଜି ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତ ରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ସମୀକ୍ଷା ବୈଠକରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୂପେଶ କୁମାର ପାଣିଗ୍ରାହୀ ,ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ ,ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ ,ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନିଦ୍ର ହୋନନାଗ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ପ୍ରମୁଖ ଉପସ୍ଥିତରେ ଜିଲ୍ଲାର କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନା ଗୁଡିକ ବିଷୟରେ ପୁଙ୍ଖାନୁୁପୁଙ୍ଖ ସମୀକ୍ଷା କରିଥିଲେ। ସେହିପରି ଗଜପତି ଜିଲ୍ଲାକୁ ସ୍ଵାସ୍ଥ୍ୟ ସେବା କ୍ଷେତ୍ରରେ ସଫଳତାର ରୂପାୟନ କରିବା ପାଇଁ ସମସ୍ତ ଗୋଷ୍ଠୀ ଚିକିତ୍ସା ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାର ଜନସାଧାରଣଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ କାର୍ଯ୍ୟକାରି ହେଉଥିବା ସମସ୍ତ ମେଗା ପାଇପ୍ ପ୍ରୋଜେକ୍ଟ ଗୁଡ଼ିକର ସମୟ ସୀମା ମଧ୍ୟରେ ସମାପ୍ତ କରି ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାର ଚାଷୀମାନଙ୍କ ଠାରୁ ସମୟ ସୀମା ମଧ୍ୟରେ ଧାନ କ୍ରୟ କରିବା ପାଇଁ ନିର୍ଦ୍ଧେଶ ଦେଇଛନ୍ତି। ଜିଲ୍ଲା ଯୋଗାଣ ବିଭାଗ, ଜିଲ୍ଲା ସମାଜ ମଙ୍ଗଳ ବିଭାଗ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ସୁଭଦ୍ରା ଯୋଜନା, ଶିକ୍ଷା ବିଭାଗ ଓ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗ ସମେତ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ବିଷୟରେ ସମୀକ୍ଷା କରିଥିଲେ । ସେଥିମଧ୍ୟରୁ କାର୍ଯ୍ୟକାରି ହେଉଥିବା ସମସ୍ତ କାମକୁ ତୁରନ୍ତ ସାରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ଭିତ୍ତିଭୂମିର ଉନ୍ନତି ପାଇଁ ନିର୍ମାଣାଧୀନ ସମସ୍ତ ପ୍ରକଳ୍ପ କାର୍ଯ୍ୟକୁ ଯଥା ଶୀଘ୍ର ସମାପ୍ତ କରାଯିବା ଉପରେ ମଧ୍ୟ ସମୀକ୍ଷା କରିଥିଲେ। ସେହିପରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ,ଜିଲ୍ଲାର ସମସ୍ତ ବ୍ଲକରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ଗୁଡ଼ିକର ନବ ନିର୍ମାଣ କୋଠା କିମ୍ବା ମରାମତି ସମସ୍ତ କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେଇପରି ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ମର୍କେଟିଂ ସୋସାଇଟି (ଓରମାସ) ପକ୍ଷରୁ ଗୋଟି ଜିଲ୍ଲା -ଗୋଟିଏ ଉତ୍ପାଦନ ପ୍ରୋତ୍ସାହନ ବିଷୟରେ ମଧ୍ୟ ଆଲୋଚନା କରିଥିଲେ। ପରେ ମାନ୍ୟବର ମନ୍ତ୍ରୀ ଗୋସାଣୀ ବ୍ଲକ ଅନ୍ତର୍ଗତ କେରାଣ୍ଡି ଗ୍ରାମ ପଞ୍ଚାୟତ ଠାରେ ନିର୍ମିତ ହୋଇଥିବା ଆୟୁଷମାନ୍ ଆରୋଗ୍ୟ ମନ୍ଦିର ପରିଦର୍ଶନ କରିଥିଲେ।ଆଜିର ଏହି ସମୀକ୍ଷା ବୈଠକରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ଓ କୋଠାବାଡ଼ି ବିଭାଗ ଅଧିକାରୀ ଶ୍ରୀ ଅଭିଷେକ ସେଠୀ, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ସ୍ଥାନୀୟ ଜନପ୍ରତିନିଧି ଓ ସମସ୍ତ ଗୋଷ୍ଠୀ ଚିକିତ୍ସା ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories