ଖୁବ୍‌ ଶୀଘ୍ର ଭୁବନେଶ୍ୱରରେ ଆରମ୍ଭ ହେବ ମେଟ୍ରୋ ସେବା


ଭୁବନେଶ୍ବର: ଖୁବ୍‌ ଶୀଘ୍ର ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେବ ମେଟ୍ରୋ ସେବା। ଏ ନେଇ ଖୁବ୍‌ ଶୀଘ୍ର ଆରମ୍ଭ ହେବ କାମ। ଚଳିତ ବର୍ଷ ଜୁନ୍‌ ସୁଦ୍ଧା ଏହି କାମ ଆରମ୍ଭ ହେବ ବୋଲି ସୂଚନା ମିଳିଛି।

ଭୁବନେଶ୍ୱରରେ ମେଟ୍ରୋ କାମ ଆରମ୍ଭ ନେଇ ଦିଲ୍ଲୀ ମେଟ୍ରୋ ରେଳ ନିଗମର ପରାମର୍ଶ ନିଆଯାଇଛି । ପରାମର୍ଶ ଆଧାରରେ ପ୍ରସ୍ତୁତ ହେଉଛି ଡିପିଆର । ଏନେଇ ରାଜ୍ୟ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ସୂଚନା ଦେଇଛନ୍ତି ।

ଜୁନ ମାସରେ ମେଟ୍ରୋ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବ । ଭିତ୍ତିପ୍ରସ୍ତରର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେଟ୍ରୋ ଟ୍ରେନ ପାଇଁ ସରିଛି ସର୍ଭେ। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହାର ଡିପିଆର ପ୍ରସ୍ତୁତ କରୁଛି । ଏହା ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । 

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।