Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତ! ପ୍ରବଳ କୁହୁଡ଼ି ନେଇ ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଓ୍ବେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୩୦|୧: କିଛିଦିନର ବ୍ୟତିକ୍ରମ ପରେ ରାଜ୍ୟକୁ ପୁଣି ଫେରିଛି ଶୀତ | ଆହୁରି ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ଶୀତ | ସ୍ୱଭାବିକଠାରୁ ଅଧିକ ଶୀତ ରହିବାର ପୂର୍ବାନୁମାନ। ଆଜିଠୁ ଫେବ୍ରୁଆରୀ ୫ ତାରିଖ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ରୁ ୧୪ ଡିଗ୍ରୀ ରହିବ । ସେହିପରି ଉପକୂଳ ଏବଂ ଏହାର ନିକଟବର୍ତ୍ତୀ ଜିଲ୍ଲାମାନଙ୍କରେ ୧୪ରୁ ୧୮ ଡିଗ୍ରୀ ତାପମାତ୍ରା ରହିବ। ଏହା ସହିତ ଆସନ୍ତା ଫେବ୍ରୁଆରୀ ୬ରୁ ୧୨ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ୬ରୁ ୧୦ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିବ । ଏବଂ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ ଏବଂ ଓଡ଼ିଶାର ଦକ୍ଷିଣ ଉପକୂଳ ଜିଲ୍ଲା ମାନଙ୍କରେ ୧୦ରୁ ୧୪ ଡିଗ୍ରୀ ତାପମାତ୍ରା ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି |

ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ଉତ୍ତର ଉପକୂଳ ଅଞ୍ଚଳରେ ୧୪ରୁ ୧୬ ଡିଗ୍ରୀ ତାପମାତ୍ରା ରହିବ । ଏହା ସହିତ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ପୂର୍ବ ଭାରତ ଅଞ୍ଚଳରେ ସ୍ୱାଭାବିକଠୁ ୨ରୁ ୪ ଡିଗ୍ରୀ କମ୍ ତାପମାତ୍ରା ରହିବ । ତେବେ ଏହି ଦୁଇ ସପ୍ତାହ ଓଡ଼ିଶାର ପ୍ରାୟ ସମସ୍ତ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା କମ ରହିବ । ଶୁକ୍ରବାର ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ଅନ୍ୟ କିଛି ଜିଲ୍ଲା ମାନଙ୍କ ଉପରେ ମଧ୍ୟ ପ୍ରଭାବ ଦେଖିବାକୁ ମିଳିବ | ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଢେଙ୍କାନାଳ, ଏବଂ ଖୋର୍ଦ୍ଧା ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିପାରେ । ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories