ବ୍ରହ୍ମପୁରର, ମର୍ମନ୍ତୁଦ ସଡକ ଦୁର୍ଘଟଣା; ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ୪ଲକ୍ଷ ସହାୟତା ଘୋଷଣା କଲେ ମୂଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧।୧: ବ୍ରହ୍ମପୁର ହଳଦିଆପଦର ଓଭର ବ୍ରିଜ୍ ନିକଟରେ ଘଟିଥିବା ଭୟଙ୍କର ଦୁର୍ଘଟଣାରେ ଏକାଧିକଙ୍କର ଜୀବନ ଯାଇଛି । ଅନେକଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି। ଆସୁଥିବା ଟ୍ରକ ୩ଟି ବାଇକ ଉପରେ ମାଡିଯିବାରୁ ୫ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ପ୍ରତି ମୃତକଙ୍କ ପରିବାରର ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ସହିତ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ସର୍ବୋତ୍ତମ ଚିକିତ୍ସା ସେବା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

