Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଏଣିକି ହ୍ବାଟ୍‌ସ ଆପ୍‌ରେ ମିଳିବ ରାଜସ୍ୱ ସେବା! ଦୁର୍ନୀତି ଅଭିଯୋଗ ଆସିଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ:ସୁରେଶ ପୂଜାରୀ

ଭୁବନେଶ୍ୱର,୪|୧: ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା! ସୋସିଆଲ ମିଡ଼ିଆ ହ୍ବାଟ୍‌ସ ଆପ୍‌ରେ ମିଳିବ ରାଜସ୍ୱ ସେବା। ଏନେଇ ସୂଚନା ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ। ଏଣିକି ଜନସାଧାରଣଙ୍କ ପାଇଁ ୨୪ ଘଣ୍ଟିଆ ସେବା ଯୋଗାଇ ଦେବ ବିଭାଗ। ହ୍ଵାଟସ୍‌ ଆପ୍‌ରେ ଜମିଜମା ସମ୍ପର୍କିତ ସବୁ ଅଭିଯୋଗ ଏବଂ ଆବେଦନ ଗ୍ରହଣ କରାଯିବ। ଦୁର୍ନୀତି ଅଭିଯୋଗ ଆସିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଅଭିଯୋଗର ସମସ୍ୟାର ସମାଧାନ କରାଯିବ। ଏହାଦ୍ବାରା ଦୁର୍ନୀତି ବନ୍ଦ ହେବ ଏବଂ ବାରମ୍ବାର ଲୋକଙ୍କୁ ଆଉ ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନାହିଁ। ଏହାସହିତ ନିର୍ଦ୍ଧିଷ୍ଟ ସମୟ ଭିତରେ ସମସ୍ୟାର ସମାଧାନ ନ କରାଗଲେ କିମ୍ବା ଦୁର୍ନୀତି ଅଭିଯୋଗ ଆସିଲେ ସଂପୃକ୍ତ ଅଧିକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଯଦି ସମାଧାନ ନ ହୁଏ ତେବେ ସିଧାସଳଖ ରାଜସ୍ୱ ମନ୍ତ୍ରୀଙ୍କ ପାଖକୁ ମଧ୍ୟ ଅଭିଯୋଗକାରୀ ହ୍ଵାଟସ ଆପ୍ ଜରିଆରେ ଅଭିଯୋଗ ପଠାଇପାରିବେ।

ଉଲ୍ଲେଖ ଯୋଗ୍ୟଯେ,ଗୁରୁବାର ୫୫ଟି ତହସିଲ ଅଫିସକୁ ରେଜିଷ୍ଟ୍ରି ଅଫିସରେ ରୂପାନ୍ତରିତ କରାଯିବ। ଏହାସହିତ ହ୍ଵାଟସ ଆପ ସେବାକୁ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିବା ନେଇ ସୂଚନା ରହିଛି |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ