Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୋଷାଣୀ ବ୍ଲକ ଅନ୍ତର୍ଗତ ଘରଣୀ ଗ୍ରାମ ରେ ଜଳ ଅର୍ପଣ କାର୍ଯ୍ୟକ୍ରମ ଉଦଘାଟିତ

ପାରଳାଖେମୁଣ୍ଡି:୭/୨(ଗରୁଡ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଘରଣୀ ଗ୍ରାମ ଠାରେ ଗ୍ରାମୀଣ ଜଳ ଯୋଗାଣ ବିଭାଗ ଦ୍ବାରା ଆୟୋଜିତ ଜଳ ଅର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି, ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ପାରଳାଖେମୁଣ୍ଡି ବିଧାୟକ ରୁପେଶ ପାଣିଗ୍ରାହୀ ଯୋଗଦେଇଥିଲେ l ପ୍ରଥମେ ଗ୍ରାମ ଠାରେ ନିର୍ମିତ ହୋଇଥିବା ପାଣି ଟ୍ୟାଙ୍କ ର ଶୁଭ ଉଦଘାଟନ କରାଯାଇଥିଲା l ଏହି ପାଣି ଟ୍ୟାଙ୍କ ଟି ୪୦ ହଜାର ଲିଟର ଜଳ ସଂଚିତ୍ ହୋଇ ରହିପାରିବ, ଏହି ଟ୍ୟାଙ୍କ ୩୬ ଲକ୍ଷ ୧୫ ହଜାର ଟଙ୍କା ରେ ନିର୍ମିତ ହେଇଥିବାର ସୂଚନା ଦେଇଛନ୍ତି, ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ବିଧାୟକ ସମେତ ଗୋଷାଣୀ ବ୍ଲକ ଅଧକ୍ଷ ଏନ ବିରରାଜୁ, ଜିଲ୍ଲା ପରିଷଦ ସଭ୍ୟ ଏସ.ବାଲାରାଜୁ, ବରିଷ୍ଟ ବିଜେଡି ନେତା ଗଜପତି ରାଓ ସ୍ଥାନୀୟ ସରପଞ୍ଚ ସମିତି ସହ ଗ୍ରାମୀଣ ଜଳ ଯୋଗାଣ ବିଭାଗ ଅଧିକାରୀ ମାନେ ଯୋଗଦେଇଥିଲେ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ପାରଳାଖମୁଣ୍ଡିଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।ପାରଳାଖେମୁଣ୍ଡି:୬/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ କାନ୍ତ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୪୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୧ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।