Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସହରର ବେତଗୁଡ଼ା ସ୍ଥିତ ସରକାରୀ ମହିଳା ମହିଳା ସ୍ବାସ୍ଥ୍ୟ କର୍ମୀ ତାଲିମ କେନ୍ଦ୍ର ଠାରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ନିକଟସ୍ଥ ବେତାଗୁଡ଼ା ସରକାରୀ ମହିଳା ସ୍ଵସ୍ଥ୍ୟ କର୍ମୀ ତାଲିମ କେନ୍ଦ୍ର ଠାରେ କ୍ୟାନ୍ସର ସମ୍ବନ୍ଧରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏକ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ ହୋଇଛି।ଏହି କାର୍ଯ୍ୟକ୍ରମରେ ସଂସ୍ଥାର ଅଧକ୍ଷା ଙ୍କ ଶ୍ରୀମତୀ ପ୍ରତିଭା କୁମାରୀ ନାୟକଙ୍କ ସହ ଶ୍ରୀମତୀ ସଙ୍ଗୀତାରାଣୀ ମହାପାତ୍ର, ଶ୍ରୀମତୀ ତୃପ୍ତିମୟୀ ନନ୍ଦା ଓ ଶ୍ରୀ ବଳରାମ ମୋହାଙ୍କୁଡ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।
କାର୍ଯ୍ୟକ୍ରମରେ ସ୍ବେଚ୍ଛାସେବୀ ସଙ୍ଗଠନ କ୍ରାନ୍ତିର କାର୍ଯୟନିର୍ବାହୀ ନିର୍ଦ୍ଦେଶକ ଡା. ଦେବାନନ୍ଦ ଦାଶ ଡା. ଦିଲୀପ କର (କ୍ୟାନ୍ସର ସର୍ଜନ, ଉତ୍କଳ ହସ୍ପିଟାଲ, ଭୁବନେଶ୍ୱର), ଶ୍ରୀମତୀ କବିତା ମିଶ୍ର (ଜଗନ୍ନାଥ କ୍ୟାନ୍ସର ଏଡ୍‌ ଫାଉଣ୍ଡେସନ), ଶ୍ରୀମତୀ ଗାୟତ୍ରୀ ମହାଲୀ (ମୁମ୍ବାଇ), ଶ୍ରୀମତୀ ସୁଚିତ୍ରା ଦାଶ, ଶ୍ରୀମତୀ ପ୍ରୀତି ରାୟ, ଶ୍ରୀ ଚିତ୍ରରଞ୍ଜନ ଦାଶ, ଡା. ସୁରଜିତ ପାଣିଗ୍ରାହୀ ଓ ଶ୍ରୀମତୀ ନିର୍ମଳା ଦାଶ ଅତିଥି ଭାବେ ଯୋଗଦେଇଥିଲେ।ଅତିଥିମାନେ କ୍ୟାନ୍ସରର ଲକ୍ଷଣ, ପ୍ରତିରୋଧ, ଓ ସମୟରେ ଚିକିତ୍ସାର ଆବଶ୍ୟକତା ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରିଥିଲେ। ସେମାନେ କହିଥିଲେ ଯେ ସମୟରେ କ୍ୟାନ୍ସର ଚିହ୍ନଟ ହେଲେ ଜୀବନ ରକ୍ଷା ସମ୍ଭବ।କାର୍ଯ୍ୟକ୍ରମ ଶେଷରେ ସମସ୍ତ ଅତିଥି, ଆୟୋଜକ ଓ ଅଂଶଗ୍ରହଣକାରୀମାନଙ୍କୁ ଧନ୍ୟବାଦ ଜଣାଇ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ପାରଳାଖମୁଣ୍ଡିଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।ପାରଳାଖେମୁଣ୍ଡି:୬/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ କାନ୍ତ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୪୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୧ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।