Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସନ୍ତା ୨୫ରୁ ଇସ୍ରାଏଲ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭|୨: ଫେବୃଆରୀ ୨୫ ଓ ୨୬ ତାରିଖ ଦୁଇଦିନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇସ୍ରାଏଲ ଗସ୍ତରେ ଯିବେ। ଏନେଇ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୂଚନା ଦେଇଛନ୍ତି। ଗତ ରବିବାର ଜେରୁଜେଲମ୍‌ରେ ଆମେରିକୀୟ ଇହୁଦି ସଂଗଠନକୁ ସମ୍ବୋଧନ କରିବା ସମୟରେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଏହି ମୋଦୀଙ୍କ ଗସ୍ତ ସମ୍ପର୍କରେ ସୂଚନା ଦେଇଛନ୍ତି। ସୂଚାନଯୋଗ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଏହା ଦ୍ବିତୀୟ ଇସ୍ରାଏଲ ଗସ୍ତ ହେବ। ଏହା ପୂର୍ବରୁ ୨୦୧୭ରେ ମୋଦୀ ଇସ୍ରାଏଲ ଗସ୍ତରେ ଥିଲେ |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories