Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ ଜନ ଜାଗରଣ ଅଭିଯାନ।

କୋକସରା ୨୭/୦୫ : ସାମଗ୍ରିକ ଭାବରେ ଏକ ବିକଶିତ କଳାହାଣ୍ଡି ଗଠନ ଲକ୍ଷ୍ୟନେଇ କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ ‘ଜନଜାଗରଣ ଅଭିଯାନ’ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁଭାରମ୍ଭ ହୋଇଯାଇଛି । କଳାହାଣ୍ଡି ଜିଲାର ଚାଷୀଭାଇ ବିଭିନ୍ନ କ୍ଷେତ୍ରରେ ଅବହେଳା ର ଶିକାର ହେଉଥିବା ବେଳେ ସେମାନଙ୍କୁ ସେମାନଙ୍କ ହକ୍ ଦେବା ପାଇଁ କଳାହାଣ୍ଡି ବିକାଶ ପରିଷଦ ପବିତ୍ର ଅକ୍ଷୟ ତୃତୀୟାରୁ ଅଭିଯାନ ଆରମ୍ଭ କରିଛି । ଏଥି ସହିତ ଜିଲ୍ଲାରେ ଯେଭଳି ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ପରିବହନ, ଶିଳ୍ପ ସ୍ଥାପନ, ସ୍ଥାନୀୟ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ଏବଂ ସର୍ବୋପରି ଏକ ସୁନ୍ଦର ସବୁଜ କଳାହାଣ୍ଡି ଗଢିବା ଏହି ଅଭିଯାନର ଉଦ୍ଦେଶ୍ୟ ବୋଲି ପରିଷଦର ଅଧ୍ୟକ୍ଷା ଡଃ.ସୁନୀତି ମୁଣ୍ଡ୍ କହିଛନ୍ତି । ପ୍ରତିଦିନ ଏହି ଯାତ୍ରା ସଚେତନତା କାର୍ଯ୍ୟକ୍ରମ ସହିତ ପଥପ୍ରାନ୍ତ ସଭାମାନ ଆୟୋଜନ କରୁଛି।ଏହି ଜନଜାଗରଣ ଅଭିଯାନ କୋକସରା ବ୍ଲକ ର କୋକସରା, କାଉଡୋଳା, ଲଡୁଗାଁ, ଶିଉନି ଓ ଆମପାଣି ଠାରେ ପହଞ୍ଚି ଥିବା ବେଳେ ବିଭିନ୍ନ ବର୍ଗର ଲୋକଙ୍କ ସହ ଅଞ୍ଚଳ ର ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି କଳାହାଣ୍ଡି ବିକାଶ ପରିଷଦ ର ଅଧ୍ୟକ୍ଷା ଡ଼. ସୁନୀତି ମୁଣ୍ଡ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ