Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା! ୨୩ ଏବଂ ୨୪ରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା

ଭୁବନେଶ୍ୱର,୨୨।୨: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଭାରତ ମହାସାଗର ଅଞ୍ଚଳରେ ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଭାରତ ମହାସାଗର ଅଞ୍ଚଳରେ ପହଞ୍ଚିବ। ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୨୩ ଏବଂ ୨୪ତାରିଖରେ ରାଜ୍ୟର ବିଭିନ୍ନ ଅଞ୍ଚଳ‌ରେ ବିଜୁଳି, ଘଡ଼ଘଡ଼ି ଏବଂ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ,କଟକ, କେନ୍ଦୁଝର,ବାଲେଶ୍ବର, ଯାଜପୁର, ଭଦ୍ରକ ସମେତ ଜିଲ୍ଲାଗୁଡିକରେ ବିଜୁଳି,ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋରଧା, ପୁରୀ, କେନ୍ଦୁଝର, ଯାଜପୁର ଏବଂ କଳାହାଣ୍ଡି ଆଦି ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ମଧ୍ୟ ହେବାର ରହିଛି। ତେବେ ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇଛି। ସେପଟେ ଆସନ୍ତା ୨ରୁ ୩ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ କରିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ