ଆସନ୍ତା ମାର୍ଚ୍ଚର ପ୍ରଥମ ସପ୍ତାହରେ ରତ୍ନଭଣ୍ଡାର ଗଣତିମଣତି: ଆଇନମନ୍ତ୍ରୀ
ଭୁବନେଶ୍ୱର,୨୫|୨: ଆସନ୍ତା ମାର୍ଚ୍ଚ ମାସର ପ୍ରଥମ ସପ୍ତାହରେ ରତ୍ନଭଣ୍ଡାର ଗଣତିମଣତି ପ୍ରକ୍ରିୟା ଆରମ୍ଭ ହେବା ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ କହିଛନ୍ତିଯେ, ଛତିଶା ନିଯୋଗ ସହ ଏସମ୍ପର୍କରେ ଆଲୋଚନା ହୋଇଛି, ଏହାକୁ ନେଇ ଖୁବଶୀଘ୍ର ସମୟ ସ୍ଥିର ହେବ | ଆସନ୍ତା ମାର୍ଚ୍ଚ ମାସ ପ୍ରଥମ ସପ୍ତାହ ସୁଦ୍ଧା ଗଣତିମଣତି ପାଇଁ ଯୋଜନା ଚାଲିଛି ବୋଲି ସେ କହିଛନ୍ତି । ଏନେଇ ପରିଚାଳନା କମିଟି ଓ ମନ୍ଦିର ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି । ଠାକୁରଙ୍କ ନୀତିକାନ୍ତି ଅନୁଯାୟୀ କେଉଁ ସମୟରେ କଲେ ଠିକ ହେବ ବିଚାର କରିବା ପରେ ତାରିଖ ଘୋଷଣା ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଗତକାଲି ଶ୍ରୀନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି | ବୈଠକରେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ସମେତ ଛତିଶା ନିଯୋଗର ସେବାୟତ ପ୍ରତିନିଧିମାନେ ଉପସ୍ଥିତ ରହିଥିଲେ ।

