Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଦ୍ଵାରା ଆଭାସୀ ମାଧ୍ୟମରେ ଗଜପତିରେ ସାଇବର ଥାନାର ଉଦଘାଟନ

ପାରଳାଖେମୁଣ୍ଡି:୮/୩(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନା ପରିସରରେ ଗତକାଲି ସନ୍ଧ୍ୟା 6 ଘଣ୍ଟା ବେଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଭାସୀ ମାଧ୍ୟମରେ ସାଇବର ଥାନାର ଉଦଘାଟନ କରିଛନ୍ତି. ଏହି ଅବସରରେ ମୋହନା ବିଧାୟକ ଦାଶରଥି ଗମାଙ୍ଗ, ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ, ଗଜପତି ଏସପି ଯତୀନ୍ଦ୍ର ପଣ୍ଡା, ପାରଳା ପୌର ପରିଷଦ ଅଧକ୍ଷା ନିର୍ମଳା ସେଠୀଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ. ଗଜପତି ଜିଲ୍ଲା ଏସପି ଯତୀନ୍ଦ୍ର ନାଥ ପଣ୍ଡା ଏହି ସାଇବାର ଥାନା ଉଦଘାଟନ ପରେ କହିଥିଲେ ଯେ ଅପରାଧୀମାନଙ୍କୁ ଦମନ କରିବା ପାଇଁ ସାଇବର ଥାନାର ଉଦଘାଟନ ସ୍ୱାଗତଯୋଗ୍ୟ ଅଟେ. ଭିନ୍ନ ଭିନ୍ନ ଭାବେ ସାଧାରଣଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଠକୁଥିବା ସାଇବର ଅପରାଧୀମାନଙ୍କୁ ଜବତ କରିବା ସହ ଦୃଢ କାର୍ଯାନୁଷ୍ଠାନ ଗ୍ରହଣ କରିବା ସାଇବର ଥାନାର ମୁଖ୍ୟ କାର୍ଯ୍ୟ ରହିବ. ପାରଳାଖେମୁଣ୍ଡି ଠାରେ ଏହି ସାଇବାର ଥାନାର ଦାୟିତ୍ୱ ଜଣେ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଦିଆଯାଇଛି.

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ଟିମ ଦ୍ୱାରା ବାଲ୍ୟ ବିବାହ ହେବାକୁ ଯାଉଥିବା ଯୁବତୀ ଉଦ୍ଧାର ପାରଳାଖେମୁଣ୍ଡି:୨୮/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଶ୍ରୀମତୀ ବୈଶାଳୀ ପଟ୍ଟନାୟକ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଲେ ଯେ, ଗଜପତି ଜିଲ୍ଲା ଗୋଶାଣି ବ୍ଲକର ଗାରବନ୍ଧ ଗ୍ରାମରେ ଏକ ବାଲ୍ୟ ବିବାହ ହେବାକୁ ଯାଉଅଛି, ଏହି ଖବର ପାଇବା ପରେ ତତକ୍ଷଣାତ ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଜଣାଇଥିଲେ, ଏବଂ ଏହାପରେ ସଙ୍ଗେ ସଙ୍ଗେ ଏକ ଦଳ ଗଠନ କରାଯାଇଥିଲା, ଯେଉଁଥିରେ ଗୋଶାଣି ବ୍ଲକ ର ଆସିଡିଏସର ସୁପରଭାଜର, ଡିସିପିୟୁ ର ପରାମର୍ଶଦାତା ,ଚାଇଲ୍ଡ ହେଲ୍ପ ଲାଇନର ସୁପରଭାଇଜର, ସଖୀ କେନ୍ଦ୍ରର ସଦସ୍ୟା, ଆଭା NGOର ସଦସ୍ୟା , ଗାରାବନ୍ଧ ଥାନାର IIC ମିଳିତ ଭାବରେ ଉକ୍ତ ଗ୍ରାମକୁ ଯାଇ ବାଲ୍ୟ ବିବାହ କରିବାକୁ ଥିବା ପରିବାରକୁ ବାଲ୍ୟ ବିବାହ ନିରୋଧ ଆଇନ ଓ ତାର ଦଣ୍ଡ ବିଧାନ ବିଷୟରେ ବୁଝାଇଥିଲେ ଏବଂ ଝିଅଟିର ବୟସ ୧୫ ବର୍ଷ ୫ ମାସ ହୋଇଥିବାରୁ ଝିଅକୁ ଉଦ୍ଧାର କରି ଶିଶୁ କଲ୍ୟାଣ ସମିତି ଗଜପତିଙ୍କ ଠାରେ ଉପସ୍ଥାପନା କରିଥିଲେ ଏବଂ ଶିଶୁ କଲ୍ୟାଣ ସମିତିର ଆଦେଶକ୍ରମେ ଶିଶୁଟିକୁ ଅଧିକ ପରାମର୍ଶସେବା ଯୋଗାଇ ଦେବା ନିମନ୍ତେ ସକ୍ଷୀ one stop centre କୁ ପଠାଯାଇଥିଲା । ଶିଶୁଟିର ଉଜ୍ଜଳ ଭବିଷ୍ୟତ ନିମନ୍ତେ ପରିବାରର ସଦସ୍ୟ ଆଗାମୀ ଦିନରେ ଶିଶୁକୁ ପାଠ ପଢାଇବେ ଏବଂ ବୟସ ନହେବା ପର୍ଯ୍ୟନ୍ତ ଶିଶୁର ବିବାହ କରିବେ ନାହିଁ ବୋଲି ଲିଖିତ ଭାବେ ଦରଖାସ୍ତ ଦେଇଥିଲେ । ପୁଣି ଆଗାମୀ ଦିନରେ ଶିଶୁଟିର ଭବିଷ୍ୟତ ପାଇଁ ବାଲ୍ୟ ବିବାହ ନିଷେଧକାରିଣୀ ଅଧିକାରିଣୀ ଝିଅଟିକୁ ପରାମର୍ଶ ଦେବା ସହ ଶିକ୍ଷାକୁ ସୁନିଶ୍ଚିତ କରିବେ ବୋଲି ଜଣାପଢ଼ିଛି.।