Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁମ୍ମା ବ୍ଲକ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୯/୩(,ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀଦ୍ର ହୋନନାଗା, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଗୁମ୍ମା ବ୍ଲକ ପଞ୍ଚାୟତ ସମିତିର ସମୁଦାୟ ମୋଟ-୮୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୩୦ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଦୁଇ ଜଣ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ସେହିପରି ୩୦ ଜଣଙ୍କୁ ଜଙ୍ଗଳ ଜମିପଟ୍ଟା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରାମ୍ ମାରାଣ୍ଡି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

*ଦ୍ୱିତୀୟ ଦିବସରେ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତା ଅନୁଷ୍ଠିତ* ପାରଳାଖେମୁଣ୍ଡି,ତା.୧୧.୧୧.୨୦୨୬ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍‌ ସ୍ଥିତ ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଭଲିବଲ୍ ପ୍ରତିଯୋଗିତା (୨୦୨୬-୨୭) ଦ୍ୱିତୀୟ ଦିବସରେ ଉତ୍ସାହ ସହ ଅନୁଷ୍ଠିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଓଡ଼ିଶାର ୩୦ଟି ଜିଲ୍ଲାରୁ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର କ୍ରୀଡ଼ା ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରୁଛନ୍ତି। ପ୍ରତିଯୋଗିତାର ସୁପରିଚାଳନା ପାଇଁ ମୋଟ ୫ଟି ଖେଳ ପଡ଼ିଆ ବା କୋର୍ଟର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କୋର୍ଟରେ ପ୍ରାୟ ୧୨ରୁ ୧୫ଟି ମ୍ୟାଚ୍ ଅନୁଷ୍ଠିତ ହୋଇଥିବାବେଳେ ସମସ୍ତ ଖେଳାଳି ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରି ଦର୍ଶକଙ୍କ ମନ ଜିଣିଥିଲେ। ଦ୍ୱିତୀୟ ଦିବସର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲ୍‌ଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ମାୟାଧର ସାହୁ ଯୋଗଦେଇଥିଲେ। ସେହିପରି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍‌. ଗିରିଧର, ମୋହନା ଓ ଆର୍‌. ଉଦୟଗିରି ବ୍ଲକ୍‌ର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବୀରେନ୍ଦ୍ର ମଣ୍ଡଳ, ରାୟଗଡ଼ ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନ ଏବଂ କନ୍ଧମାଳ ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସଞ୍ଜୟ କୁମାର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ବିଭିନ୍ନ ଦିଗ ଉପରେ ମତବ୍ୟକ୍ତ କରିବା ସହ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଏହି ବୃହତ୍ କ୍ରୀଡ଼ା ଆୟୋଜନକୁ ସଫଳ ଓ ସୁସଂଗଠିତ କରିବାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ କ୍ରୀଡ଼ା ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସକ୍ରିୟ ସହଯୋଗ ଓ ଉପସ୍ଥିତି ବେଶ୍ ପ୍ରଶଂସନୀୟ ହୋଇଥିଲା।କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାୟଗଡ଼ର କ୍ରୀଡ଼ା ଶିକ୍ଷକ ଶ୍ରୀ ସନ୍ତୋଷ ପଣ୍ଡା ପରିଚାଳନା କରିଥିଲେ। ଶେଷରେ ଗଜପତି ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଉପସ୍ଥିତ ସମସ୍ତ ଅତିଥି, ଆୟୋଜକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।