Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା!

କଟକ,୧୯|୩ : ଆଜିଠୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା | ରାଜ୍ୟର ୫୧ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୫ ହଜାର ଶିକ୍ଷକ ମାଟ୍ରିକ ଖାତା ଦେଖିବେ। ଏନେଇ ସବୁ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ବୋର୍ଡ କର୍ତ୍ତୃପକ୍ଷ ଚିଠି ଲେଖିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ସୁଦ୍ଧା ଖାତାଦେଖା ସାରିବାକୁ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟ ପରୀକ୍ଷକ, ଉପ ମୁଖ୍ୟ ପରୀକ୍ଷକ, ସହକାରୀ ନିରୀକ୍ଷକଙ୍କ ସମେତ ନିୟୋଜିତ ଥିବା ପ୍ରତ୍ୟେକ ଅଧିକାରୀ ଓ କର୍ମଚାରୀ ବୁଧବାର ମଧ୍ୟାହ୍ନ ୧୨ଟା ୩୦ ମିନିଟ୍‌ ସୁଦ୍ଧା କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦ୍ଦେଶ ରହିଛି। ପ୍ରତ୍ୟେକ ଦିନ ପୂର୍ବାହ୍ଣ ୧୦ଟା ସୁଦ୍ଧା ଖାତାଦେଖା କେନ୍ଦ୍ରରେ ପହଞ୍ଚିବେ। କ୍ୟାମ୍ପ ଅଧିକାରୀ ଓ କର୍ମଚାରୀ ସକାଳ ୯ଟା ୩୦ ସୁଦ୍ଧା କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏହାସହିତ ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ ମୌଳିକ ସୁବିଧା ସହ ଅଗ୍ନି ନିର୍ବାପକ ଯନ୍ତ୍ରର ବ୍ୟବସ୍ଥା କରିବାକୁ ବୋର୍ଡ ପକ୍ଷରୁ ଚିଠିରେ ଉଲ୍ଲେଖ କରାଯାଇଛି। ସୂଚାନଯୋଗ୍ୟ ଚଳିତବର୍ଷ ରାଜ୍ୟର ୫ ଲକ୍ଷ ୬୨ ହଜାର ୬୧୨ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିଲେ। ଏଥିପାଇଁ ବୋର୍ଡ ଦ୍ବାରା ମୋଟ ୩, ୦୮୨ ପରୀକ୍ଷା କେନ୍ଦ୍ର କରାଯାଇଥିଲା। ଗତ ଫେବୃଆରୀ ୧୯ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷ ହୋଇଥିଲା। ଏବଂ ୧୨ ହଜାର ଛାତ୍ରଛାତ୍ରୀ ପରୀକ୍ଷାରେ ଦେଇ ନଥିଲେ | ତେବେ ମେ ମାସ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ପାଇବାକୁ ବୋର୍ଡ ପକ୍ଷରୁ ଯୋଜନା ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ