୭ ଜିଲ୍ଲାକୁ କାଳବୈଶାଖୀ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଙ୍ଗ
ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରାରେ ହ୍ରାସ ହୋଇଛି | ବୁଧବାର ନବରଙ୍ଗପୁର ଏବଂ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହୋଇଛି। ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଗଜପତି ଏବଂ ମାଲକାନଗିରି ଜିଲ୍ଲାକୁ କାଳବୈଶାଖୀ ହେବ ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହାର ପ୍ରଭାବରେ କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ପବନ ମଧ୍ୟ ବହିପାରେ। ସେହିପରି ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ମଧ୍ୟ ସତର୍କ ସୂଚନା ଜାରି ହୋଇଛି।

