Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା! ବଜ୍ରପାତ, ଘଡ଼ଘଡ଼ି ସହ ବର୍ଷା ଓ ପବନ ନେଇ ୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

CREATOR: gd-jpeg v1.0 (using IJG JPEG v62), quality = 82

ଭୁବନେଶ୍ୱର , ୨୧|୩: ରାଜ୍ୟରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା। ବଜ୍ରପାତ ଘଡ଼ଘଡ଼ି ସହ ବର୍ଷା ଓ ପବନ ହେବ । ଆନ୍ଧ୍ର ଉପକୂଳ ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ମଧ୍ୟ ହେବ | ଏନେଇ ପାଣିପାଗ ବିଭାଗ ଆକଳନ କରିଛି । ସୂଚନା ଅନୁଯାୟୀ, ଆଜି ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୦ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପାଖରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୫ ଜିଲ୍ଲାକୁ ମିଳିଛି ୟେଲୋ ୱାର୍ଣ୍ଣିଂ। କିଛି ସ୍ଥାନରେ କୁଆପଥର ବର୍ଷା ସହ ଘଣ୍ଟାପ୍ରତି ୩୦-୪୦ ଓ ଆଉ କିଛି ସ୍ଥାନରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ନେଇ ସମ୍ଭାବନା ରହିଛି । ତେବେ ଆଜି ପାଇଁ ମୟୁରଭଞ୍ଜ, ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ଏବଂ କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ