Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଏସସିବି ଅଗ୍ନିକାଣ୍ଡ ପ୍ରସଙ୍ଗରେ ବିରୋଧୀଙ୍କ ହଟ୍ଟଗୋଳ; ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା

ଭୁବନେଶ୍ଵର,୨୬|୩: ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କଲେ ବାଚଷ୍ପତ୍ତି। ଗତ କିଛି ଦିନ ଧରି ବିରୋଧୀଙ୍କ ହଟ୍ଟଗୋଳ କାରଣରୁ ବିଧାନସଭା କାର୍ଯ୍ୟରେ ସମସ୍ୟା ସୃଷ୍ଟି ହେଉଛି | ଆଜି ମଧ୍ୟ ବିରୋଧୀଙ୍କ ହଟ୍ଟଗୋଳ ଭିତରେ ହ୍ରୁହ କାର୍ଯ୍ୟ ସ୍ୱାଭାବିକ ହୋଇପାରିନି | ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ଏସସିବି ଅଗ୍ନିକାଣ୍ଡ ଘଟଣା ଏବଂ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ପ୍ରସଙ୍ଗକୁ ଉଠାଇ ବିରୋଧୀମାନେ ପ୍ରବଳ ହଟ୍ଟଗୋଳ ଆରମ୍ଭ କରିଥିଲେ।

ଏହାକୁ ଧ୍ୟାନରେ ରଖି ବାଚସ୍ପତି ପ୍ରଥମେ ସାଢେ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଥିଲେ। କିନ୍ତୁ ବିଧାନସଭା ପରିସରରେ ଥିବା ଗାନ୍ଧିମୂର୍ତ୍ତି ତଳେ ବିରୋଧୀ ସଦସ୍ୟମାନେ ପୁଣିଥରେ ପ୍ରତିବାଦ କରିବା ଆରମ୍ଭ କରିଥିଲେ । ଏସସିବି ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ। ଗତ ୧୭ ତାରିଖରୁ ଏସ୍‌ସିବି ମେଡ଼ିକାଲ ଅଗ୍ନିକାଣ୍ଡ ପ୍ରସଙ୍ଗ ଉଠାଇ ବାରମ୍ବାର ବିରୋଧୀମାନେ ଗୃହରେ ହଟ୍ଟଗୋଳ କରିଆସୁଛନ୍ତି। ଏନେଇ ଗତକାଲି ଗୃହକାର୍ଯ୍ୟ ସୁରୁଖୁରୁରେ ଚଳାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀଙ୍କ ସହଯୋଗ ଲୋଡ଼ିଥିଲେ କିନ୍ତୁ ବିରୋଧୀ ନିଜ ଜିଦରେ ଅଟଳ | ସ୍ୱାସ୍ଥ୍ୟମନ୍ତ୍ରୀ ଇସ୍ତଫା ନ ଦେବା ପର୍ଯ୍ୟନ୍ତ ଗୃହକୁ ଚଳାଇ ଦେବେନି ବୋଲି ସ୍ପଷ୍ଟ କରିଛନ୍ତି | ତେବେ ବାଚଷ୍ପତ୍ତିଙ୍କ ଘୋଷଣା ପରେ ଆସନ୍ତା ସୋମବାର ଯାଏଁ ଗୃହକୁ ମୁଲତବୀ ଘୋଷଣା କରାଯାଇଛି |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories