Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମହିଳାଙ୍କ ପାଇଁ ଖୁସି ଖବର; ଏପ୍ରିଲ ୧ରୁ ଖୋଲିବ ସୁଭଦ୍ରା ପୋର୍ଟାଲ

ଭୁବନେଶ୍ଵର,୨୮।୩ : ରାଜ୍ୟର ମହିଳାମାନଙ୍କୁ ସଶକ୍ତିକରଣ ତଥା ସ୍ୱାବଲମ୍ବନ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଅଭିନବ ପ୍ରୟାସ ସୁଭଦ୍ରା ଯୋଜନା ଅଧୀନରେ ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ଖୋଲିବା ସୁଭଦ୍ରା ପୋର୍ଟାଲ | ଆସନ୍ତା ଏପ୍ରିଲ ୧, ୨୦୨୬ ରୁ ୩୦ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ଏକ ମାସ ପାଇଁ ‘ସୁଭଦ୍ରା ପୋର୍ଟାଲ’ ଖୋଲାଯିବ | ଏହା ମାଧ୍ୟମରେ ନୂତନ ଆବେଦନକାରୀ ଆବେଦନ କରିପାରିବେ ।

ତେବେ ଆବେଦନ କରିବାକୁ ଥିବା ଆବେଦନକାରୀଙ୍କ ବୟସ ୦୧.୦୪.୨୦୨୬ ସୁଦ୍ଧା ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଯୋଗ୍ୟ ବିବେଚିତ ହିତାଧିକାରୀମାନେ ୨୦୨୬-୨୭ ଆର୍ଥିକ ବର୍ଷରୁ ଯୋଜନାର ଅବଧି ପର୍ଯ୍ୟନ୍ତ ବାର୍ଷିକ ଦୁଇଟି କିସ୍ତିରେ ମୋଟ ୧୦,୦୦୦ ଟଙ୍କାର ସହାୟତା ରାଶି ପାଇବେ । ଯେଉଁ ମହିଳାମାନେ ପୂର୍ବରୁ ଏହି ସୁଭଦ୍ରା ଯୋଜନା ପାଇଁ ଆବେଦନ କରିନାହାଁନ୍ତି, କେବଳ ସେହିମାନେ ଏହି ସମୟସୀମା ମଧ୍ୟରେ ଆବେଦନ କରିପାରିବେ । କିନ୍ତୁ ପୂର୍ବରୁ ଆବେଦନ କରିଥିବା ମହିଳାଙ୍କ ଆବେଦନ ଗ୍ରହଣୀୟ ହେବ ନାହିଁ ।

ସୂଚନା ଅନୁସାରେ, ନୂତନ ଆବେଦନଗୁଡିକ ସାଧାରଣ ସେବା କେନ୍ଦ୍ର (CSC) ଏବଂ ଆମ ସେବା କେନ୍ଦ୍ର (ASK) ମାଧ୍ୟମରେ ସୁଭଦ୍ରା ପୋର୍ଟାଲ ଜରିଆରେ ପଞ୍ଜୀକୃତ କରାଯିବ । ଫର୍ମ ଉପଲବ୍ଧତା ଆବେଦନ ପାଇଁ ଫର୍ମଗୁଡ଼ିକ ସମସ୍ତ ଅଙ୍ଗନୱାଡି କେନ୍ଦ୍ର (AWC) ଏବଂ CDPO କାର୍ଯ୍ୟାଳୟରେ ସମ୍ପୂର୍ଣ୍ଣ ନିଶୁଳ୍କ ଭାବେ ଉପଲବ୍ଧ ରହିଛି |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ