ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ଙ୍କ ଯୁଗ୍ମ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ରେ ଅନୁଷ୍ଠିତ
ବୀରମହାରାଜପୁର :
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବାଗବର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପାର୍ଶ୍ଵସ୍ଥିତ ପ୍ରାଥମିକ କୃଷି ସମବାୟ ସମିତି ସମ୍ମୁଖ ପ୍ରାଙ୍ଗଣ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି l ସୋମବାର ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ିଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ, ଶ୍ରୀ ନାରାୟଣ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୪୮ ( ଅଠଚାଳିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୬ (ଛତିଶ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୨ (ବାଆର) ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା । ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର, ରାଜୀବ କୁମାର ହାଁସଦା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ରାଜେନ୍ଦ୍ର ମାଝୀ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଅଶ୍ୱିନୀ କୁମାର ମେହେର , ଉପ – ଜିଲ୍ଲାପାଳ, ବୀରମହାରାଜପୁର ସୁରେନ୍ଦ୍ର କୁମାର ମେହେର , ଉପାଧ୍ୟକ୍ଷ, ବୀରମହାରାଜପୁର ପଞ୍ଚୟତ ସମିତି, ନାରାୟଣ ଲୁହା , ତହସିଲଦାର, ବୀରମହାରାଜପୁର, ସୁଶ୍ରୀ ସୁଚିଶ୍ମିତା ପାଣିଗ୍ରାହୀ, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ସୁଶ୍ରୀ ପ୍ରିୟଦର୍ଶିନି ସାହୁଙ୍କ ସମେତ ସରପଞ୍ଚ, ଉଫୁଲା , ଶ୍ରୀମତି ଶ୍ରୀୟା କର୍ମୀ ଓ ସରପଞ୍ଚ,ବାଗବାର ଗ୍ରାମ ପଞ୍ଚାୟତ, ଶ୍ରୀମତି ନିରୁପମା ବଗର୍ତ୍ତି ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର, ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।

