Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଉତ୍କଳ ଦିବସ; ଏପ୍ରିଲ ୧ରୁ ୧୪ ପର୍ଯ୍ୟନ୍ତ ‘ଓଡ଼ିଆ ପକ୍ଷ’ ପାଳନ ହେବ

ଭୁବନେଶ୍ୱର, ୧ |୪: ଆଜି ହେଉଛି ଉତ୍କଳ ଦିବସ । ଏହାସହିତ ସ୍ବତନ୍ତ୍ର ଓଡ଼ିଶା ଗଠନକୁ ୯୦ ବର୍ଷ ପୁରିଛି | ୧୯୩୬ ମସିହା ଏପ୍ରିଲ ପହିଲାରେ ଓଡ଼ିଶା ଗଠନ ହୋଇଥିଲା । ନବ ନିର୍ମାଣ ଓଡିଶା ରାଜ୍ୟ ଗଠନରେ ବିନ୍ଧାଣୀ ମାନଙ୍କ ସ୍ମୃତିରେ ପ୍ରତିବର୍ଷ ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ସୂଚନାଯୋଗ୍ୟ , ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ ହୋଇଥିଲା | ଆଉ ଏଥିପାଇଁ ମଧୁସୂଦନ ଦାଶ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟଙ୍କ ଉଦ୍ୟମରେ ଏକ ଆନ୍ଦୋଳନ ଆରମ୍ଭ ହୋଇଥିଲା ।

ଓଡ଼ିଶା ପ୍ରଦେଶ ଗଠନ ହେବା ସମୟରେ ପ୍ରଥମେ ୬ଟି ଜିଲ୍ଲା ପୁରୀ, କଟକ, ବାଲେଶ୍ବର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ଆଦି ଜିଲ୍ଲାକୁ ସାମିଲ କରାଯାଇଥିଲା | ଏହାପରେ ଧୀରେଧୀରେ ଅନ୍ୟ ଜିଲ୍ଲା ଗୁଡିକ ସାମିଲ ହୋଇଥିଲା | ଆଜି ବିଭିନ୍ନ ସ୍ଥାନରେ ଉତ୍କଳ ଦିବସ ମହାସମାରୋହରେ ପାଳନ କରାଯିବ । ଓଡ଼ିଆ ଅସ୍ମିତାକୁ ବଞ୍ଚାଇ ରଖିବା ପାଇଁ ରାଜ୍ୟ ସରକାର ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଏହି ଦିବସ ପାଳନ କରିବେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ