ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ କଳାହାଣ୍ଡି ଜିଲ୍ଲା ଯୋଜନା ବୋର୍ଡ ର ନୂତନ ଅଧ୍ୟକ୍ଷ ମନୋନୀତ।
କଳାହାଣ୍ଡି,୦୧/୦୪
କଳାହାଣ୍ଡି ଜିଲ୍ଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ରୂପେ ମାନ୍ୟବର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଙ୍କୁ ମାନ୍ୟବର ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନୋନୀତ କରିଛନ୍ତି। ଆଜି ଏନେଇ ବିଧିବଦ୍ଧ ଭାବେ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଶ୍ରୀ ପଟ୍ଟଯୋଶୀ ଙ୍କ କଳାହାଣ୍ଡି ଜିଲ୍ଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଘୋଷଣା ହେବା ପରେ ଜିଲ୍ଲାରେ ଖୁସିର ଲହରୀ ଖେଳିଯାଇଛି।
ବିଧାୟକ ଙ୍କ ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତାଧାରା କଳାହାଣ୍ଡି ଜିଲ୍ଲାର ଉନ୍ନୟନ କୁ ଗତିଶୀଳ କରିବା ସଙ୍ଗେ ସଙ୍ଗେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଗୁଡିକକୁ ସଫଳ ରୂପାୟନ କରିବା ରେ ସହାୟକ ହେବ। ଶ୍ରୀ ପଟ୍ଟଯୋଶୀ ଙ୍କ ନୂତନ ନିଯୁକ୍ତି କୁ କଳାହାଣ୍ଡି ସାଂସଦ ମାଳବିକା ଦେବୀ, ରାଜ୍ୟସଭା ସାଂସଦ ସୁଜିତ କୁମାର,ଜିଲ୍ଲା ବିଜେପି ସଭାପତି ଯୁଗଳ କିଶୋର ପୋଢ଼, ପୂର୍ବତନ ଜିଲ୍ଲା ସଭାପତି ଦେବେନ୍ଦ୍ର ମହାନ୍ତି, ପୂର୍ବତନ ମନ୍ତ୍ରୀ ପ୍ରଦୀପ୍ତ କୁମାର ନାଏକ, ହିମାଂଶୁ ଶେଖର ମେହେର, ପୂର୍ବତନ ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର, ବିଜେପି ଆଇ ଟି ସେଲ୍ ର ହୃଷିକେଶ ମିଶ୍ର, ପୂର୍ବତନ ଜିଲ୍ଲା ସଭାପତି ଧନଞ୍ଜୟ ପାତ୍ର,ଧର୍ମଗଡ଼ ଏନଏସି ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତି,ଜିଲ୍ଲା ସାଧାରଣ ସଂପାଦକ ହିମାଂଶୁ ପଣ୍ତା, ଅନୁସୂଚିତ ଜାତି ମୋର୍ଚ୍ଚା ର ରାଜ୍ୟ ସମ୍ପାଦକ ଅପ୍ରେଶ୍ ସ୍ବାଇଁ, ବିଜେପି ନେତା ଲକ୍ଷ୍ମୀକାନ୍ତ ବାଗ, ହେମନ୍ତ କୁମାର ମାଝୀ, ହରେକୃଷ୍ଣ ପଣ୍ତା ପ୍ରମୁଖ ସ୍ଵାଗତ କରିବା ସହ ଶ୍ରୀ ପଟ୍ଟଯୋଶୀଙ୍କ ନେତୃତ୍ୱରେ କଳାହାଣ୍ଡି ଜିଲ୍ଲାର ଉନ୍ନୟନ ତ୍ଵରାନିତ ହେବ ବୋଲି ପ୍ରକାଶ କରିଛନ୍ତି।

