Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଲାଙ୍ଗୀରରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ; ୪ ଦିନ ପାଇଁ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ ।

ବଲାଙ୍ଗୀର,୧୭।୪: ବଲାଙ୍ଗୀର ଜିଲ୍ଲାରେ ପ୍ରଚଣ୍ଡ ଖରା ଓ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜିଲ୍ଲା ପାଇଁ ‘ରେଡ୍ ୱାର୍ଣ୍ଣିଂ’ ଜାରି କରାଯାଇଥିବାରୁ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ବଲାଙ୍ଗୀର ଜିଲ୍ଲାପାଳ । ଏନେଇ ବଲାଙ୍ଗୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ (ଜରୁରୀକାଳୀନ ଶାଖା) ପକ୍ଷରୁ ଜାରି ହୋଇଥିବା ଆଦେଶ ସଂଖ୍ୟା: ୪୯୪ ତାରିଖ ୧୭/୦୪/୨୦୨୬ ଅନୁଯାୟୀ ଆସନ୍ତା ୧୮ ଅର୍ଥାତ୍ ଆସନ୍ତାକାଲି (ଶନିବାର) ଠାରୁ ୨୧ ଏପ୍ରିଲ (ମଙ୍ଗଳବାର) ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ପାଇଁ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡ଼ିକ ଏହି ସମୟ ମଧ୍ୟରେ ସମ୍ପୂର୍ଣ୍ଣ ବନ୍ଦ ରହିବ। ପ୍ରକାଶ ଥାଉକି, ବର୍ତ୍ତମାନ ବଲାଙ୍ଗୀରରେ ପାରଦ ଉପରମୁହାଁ ରହିଛି। ପ୍ରଚଣ୍ଡ ଖରା ଯୋଗୁଁ ଛାତ୍ରଛାତ୍ରୀ ଓ କୋମଳମତି ଶିଶୁମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାର ଆଶଙ୍କା ଥିବାରୁ ପ୍ରଶାସନ ଏହି ପ୍ରତିଷେଧକ ମୂଳକ ପଦକ୍ଷେପ ଗ୍ରହଣ କରିଛି। ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ପର୍ଯ୍ୟନ୍ତ ଏହି ନିୟମ କଡ଼ାକଡ଼ି ଭାବେ ଲାଗୁ ରହିବ ବୋଲି ସ୍ପଷ୍ଟ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories