Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କନ୍ଧମାଳ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ୧୭ ଦମ୍ପତି ବିବାହ ବନ୍ଧନରେ ଆବଦ୍ଧ

କନ୍ଧମାଳ, ତା, ୨୨/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାନ ଜିଲ୍ଲା ପ୍ରଶାସନ ଓ ବାଲିଗୁଡ଼ା ବନବାସୀ ସେବା ସମିତିର ମିଳିତ ଆନୁକୂଲ୍ଯରେ ଫୁଲବାଣୀ ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୧୭ ଜଣ ଦମ୍ପତି ରୀତିନୀତି ଅନୁଯାୟୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି । ଏହି ଅବସରରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନବଦମ୍ପତିଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ଜିଲ୍ଲାପାଳ ବେଦଭୂଷଣ, ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାଏକ, ବାଲିଗୁଡା ଉପଜିଲ୍ଲାପାଳ ପ୍ରଣୀତା ଦାଶ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀ, ଫୁଲବାଣୀ ଉପଜିଲ୍ଲାପାଳ ଭିକାରି ସାହୁ, ସ୍ବତନ୍ତ୍ର ଉନ୍ନୟନ ପରିଷଦର ଉପାଧ୍ୟକ୍ଷ କଳ୍ପନା କହଁର, ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗଦାଧର ପାତ୍ର ପ୍ରମୁଖ ଯୋଗ ଦେଇଥିଲେ । ଯୋଜନା ଅନୁଯାୟୀ ପ୍ରତ୍ୟେକ କନ୍ୟାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ବିବାହ ସହାୟତା ରାଶି ପ୍ରଦାନ ପାଇଁ ବ୍ୟବସ୍ଥା କରାଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ନବଦମ୍ପତିଙ୍କୁ ଆବଶ୍ୟକ ଗୃହ ଉପକରଣ ଓ ପୋଷାକପତ୍ର ପ୍ରଦାନ କରାଯାଇଥିଲା | କାର୍ଯ୍ୟକ୍ରମକୁ ବନବାସୀ ସେବା ସମିତିର ସହ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ପରିଚାଳନା କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ