ବିକାଶ ପଥରେ ଓଡ଼ିଶା; ପ୍ରତିଷ୍ଠା ହେବ ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ


ଭୁବନେଶ୍ବର: ବିକାଶ କ୍ଷେତ୍ରରେ ଆଗେଇ ଚାଲିଛି ଓଡ଼ିଶା। ପ୍ରତିଷ୍ଠା ହେବ ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ। ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବିକାଶ ଓ ପ୍ରଗତିଶୀଳ ଡାକ୍ତରୀ ଶିକ୍ଷା ଯୋଗାଇବା ପାଇଁ ରାଜ୍ୟ ସରକାର ଏଭଳି ଏକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟ କ୍ୟାବିନେଟରେ ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।

ଏହା ଫଳରେ ସରକାରୀ ଡାକ୍ତର ଏବଂ ପାରାମେଡିକ ନିଯୁକ୍ତି ସୁଯୋଗ ପାଇପାରିବେ। ସେମାନଙ୍କ ନିଯୁକ୍ତି ସୁନିଶ୍ଚିତ ହୋଇପାରିବ । ଏହାଦ୍ବାରା ସଠିକ ପାଠ୍ୟକ୍ରମ, ଶିକ୍ଷାଦାନ ପ୍ରଣାଳୀର ବିକାଶ ହେବ। ଏହା ସହ ଶିକ୍ଷକଙ୍କ ଦକ୍ଷତାର ବୃଦ୍ଧିରେ ମଧ୍ୟ ସହାୟକ ହେବ । ଏଥିପାଇଁ ୩୩୦.୧୭ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।

ସେହିପରି ଉଭୟ ଖରିଫ ଓ ରବି ଋତୁରେ ଚାଷ ଜମିକୁ ଜଳ ସୁନିଶ୍ଚିତ କରିବା ପାଇଁ ଜଳକ୍ଲିଷ୍ଟ ଭୂତଳ ଜଳର ପୋଷଣୀୟ ବିନିଯୋଗ ଯୋଜନା ପାଇଁ ଅର୍ଥ ବ୍ୟବସ୍ଥା କରାଯାଇଛି । ୨୦୨୨-୨୩ ଏବଂ ୨୦୨୪-୨୫ ବର୍ଷ ପାଇଁ ୩୬୪.୪୦ କୋଟି ଟଙ୍କା ଖର୍ଚ୍ଚ ହେବ ।

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।