Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

ପାରଳାଖେମୁଣ୍ଡି:୨୬/୪(ଗରୁଡ଼ ଧ୍ଵଜ ଚୌଧୁରୀ)
ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର,ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ ଉତ୍କଳ ବାସୀଙ୍କ ପାଇଁ ଗୌରବର ସ୍ୱାକ୍ଷର ବହନ କରୁଥିବା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି | ଉକ୍ତ ଦିବସରେ ମାନ୍ୟବର ଉପ ମୁଖ୍ଯମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଯୋଗ ଦେଇ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୁପେଶ କୁମାର ପାଣିଗ୍ରାହୀ ,ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥୀ ଗମାଙ୍ଗ, ଜିଲ୍ଲାପରିଷଦ ସଭାପତି ଶ୍ରୀଯୁକ୍ତ ଜି.ତିରୁପତି ରାଓ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ କାମଦେବ ବଡ଼ନାୟକ,ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନିଦ୍ର ହୋନନାଗା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ପାରଳା ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ସମେତ ସହରର ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ, ଜନ ପ୍ରତିନିଧି,ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ସମାସେବୀ ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କ ଦ୍ଵାରା ବଜାର ଛକ ସ୍ଥିତ ଥିବା ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ସହରରେ ଗାନ୍ଧୀ ଛକ ସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତି ଓ ମହାରାଜାଙ୍କ ସ୍ମୃତି ସୌଧଠାରେ ପୁଷ୍ପମାଲ୍ୟ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ଉକ୍ତ ସମୟରେ ସ୍ଥାନୀୟ ବିରବାଦ୍ୟ ଓ ପାଇକ ଆଖଡ଼ା ଦୋଳ କଳା ପ୍ରଦର୍ଶନ ଦେଖାଇ ଶୋଭାଯାତ୍ରା ସହର ପରିକ୍ରମା କାରାଯାଇଥିଲା। ଏହା ପରେ ସ୍ଥାନୀୟ ଗ୍ରାମିଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଏକ ସଧାରଣ ସଭା ଅନୁଷ୍ଠିତ ହୋଇଥିଲା ଏଥିରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନିଦ୍ର ହୋନନାଗାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୁପେଶ କୁମାର ପାଣିଗ୍ରାହୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ, ସଭାପତି,ଜିଲ୍ଲାପରିଷଦ ଗଜପତି, ପାରଳା ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଗୋଷଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ୍.ବୀରରାଜୁ, ନିର୍ବାହୀ ଅଧିକାରୀ ପୌରପରିଷଦ ପାରଳାଖେମୁଣ୍ଡି ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ଦୟାମୟ ପାଢ଼ୀ ଯୋଗ ଦେଇଥିଲେ । ସମସ୍ତ ଅତିଥି ଗଣ ନିଜ ନିଜ ଅଭିଭାଷଣ ରେ କହିଥିଲେ ଯେ ଭାଷା ଭିତ୍ତିରେ ଓଡିଶା ପ୍ରଦେଶ ଗଠନ କରିବାରେ ମହାରାଜା ଅନ୍ୟତମ , ମହାରାଜା ଅଞ୍ଚଳ ପାଇଁ ବିକାଶର, ଉନ୍ନତି, ନିରପେକ୍ଷ ଭାବେ ରାଜ୍ୟ ଶାସନ ଏବଂ ସମସ୍ତଙ୍କୁ ନେଇ ବିକାଶ କରିବା ତାଙ୍କର ମୂଳମନ୍ତ୍ର ଥିଲା ଓ ଓଡ଼ିଆ ଜାତିକୁ ସର୍ବାଗ୍ରେ ପହଞ୍ଚାଇବା ସହ ଲୋକଙ୍କ ମଧ୍ୟରେ ଜନଜାଗରଣ ସୃଷ୍ଟି କରିବାରେ ମହାରାଜାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ
ମହାରାଜା ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା | ଏହି ଉତ୍ସବରେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ,ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ତୁଷରମୟ ସେନାପତି ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ଶ୍ରୀ ଅମୂଲ୍ୟ କୁମାର ପାଣିଗ୍ରାହୀ କାର୍ଯ୍ୟକ୍ରମକୁ ପରିଚାଳନା କରିବା କରିଥିବା ବେଳେ ବିଭିନ୍ନ ବିଦ୍ୟାଳୟରର ଛାତ୍ରୀଛାତ୍ର, ଶିକ୍ଷକ ଶିକ୍ଷୟିତ୍ରୀ ବରିଷ୍ଠ ନାଗରିକ, ବୁଦ୍ଧିଜୀବି ଗଣମାଧ୍ଯମ ପ୍ରତିନିଧି ଗଣ ଓ ସ୍ଥାନୀୟ ଜନପ୍ରତିନିଧି ଓ ଜନସାଧାରଣ ପ୍ରମୁଖ ଯୋଗ ଦେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories