ଆଜିଠୁ ହେବ କାଳବୈଶାଖୀ! ପ୍ରବଳ ବର୍ଷା ସହିତ ଘଣ୍ଟାପ୍ରତି ୫୦ ରୁ ୬୦ କି.ମି.ବେଗରେ ବହିବ ପବନ
CREATOR: gd-jpeg v1.0 (using IJG JPEG v62), quality = 82
ଭୁବନେଶ୍ୱର, ୨୮।୪: ଅସହ୍ୟ ଗରମରୁ ରାଜ୍ୟବାସୀଙ୍କୁ ମିଳିବ ଆଶ୍ୱସ୍ତି। ମଙ୍ଗଳବାରଠାରୁ ରାଜ୍ୟରେ ପାଣିପାଗରେ ହୋଇପାରେ ବଡ଼ ପରିବର୍ତ୍ତନ | ଏନେଇ ପାଣିପାଗ ବିଭାଗ ବିଭାଗ ଆକଳନ କରିଛି। ବଙ୍ଗୋପସାଗରରୁ ଆସୁଥିବା ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ଆଗାମୀ ପ୍ରାୟ ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ହୋଇପାରେ । ମଙ୍ଗଳବାର ଏପ୍ରିଲ ୨୮ରୁୁ ମେ ୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି | ତେବେ ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କି.ମି. ପର୍ଯ୍ୟନ୍ତ ବହିବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୨ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବାନେଇ ସୂଚନା ଦିଆଯାଇଛି।
ସୂଚନା ଅନୁସାରେ, ଆଜି ପାଇଁ ଝାରସୁଗୁଡା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ନୟାଗଡ଼ ଏବଂ ସୋନପୁର ଜିଲାକୁ ହିଟ୍ ଓ୍ବେଭ୍ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହିତ ଝାରସୁଗୁଡ଼ା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ନୟାଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଏବଂ ସୋନପୁର ଜିଲ୍ଲାରେ ରାତି ସମୟରେ ଗୁଳୁଗୁଳି ଅନୁଭୂତ ହୋଇପାରେ | ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଅସହ୍ୟ ଗରମ ସହ ଗୁଳୁଗୁଳି ହେବ ନେଇ ପାଣିପାଗ ସୂଚନା କେନ୍ଦ୍ର ପକ୍ଷରୁ ଓ୍ବାର୍ନିଂ ଦିଆଯାଇଛି। ଅନ୍ୟପଟେ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତିସିଂହପୁର, ଗଞ୍ଜାମ, ଗଜପତି,ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କି.ମି ରହିପାରେ |
ସୂଚନାଯୋଗ୍ୟ, ଗତ ୨୪ଘଣ୍ଟାରେ ରାଜ୍ୟର ୧୫ଟି ସହରର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀଠାରୁ ଅଧିକ ରହିଥିଲା। ଝାରସୁଗୁଡାରେ ସର୍ବାଧିକ ୪୪.୭ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ବରଗଡ଼, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର , ନୂଆପଡ଼ା,ରାଉରକେଲା, ଟିଟିଲାଗଡ଼, ଏବଂ ସୁନ୍ଦରଗଡ଼ରେ ସୋନପୁର, ତାଳଚେରରେ, ଅନୁଗୁଳ, କଲାହାଣ୍ଡି ଏବଂ ନୟାଗଡ଼ରେ ସର୍ବଧିକ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଥିଲା ।

